ରାଜା ଶ୍ରୀରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର,୧୩/୦୧/୨୦୨୪ (ଓଡ଼ିଶା ସମାଚାର)- ଓଡ଼ିଶାର ବରପୁତ୍ର ରାଜା ଶ୍ରୀରାମଚନ୍ଦ୍ର ମର୍ଦ୍ଦରାଜ ଦେଓ (ଖଲ୍ଲିକୋଟ)ଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଏଜି ଛକ, ଭୁବନେଶ୍ୱର ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ  ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ  ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମହାରାଜାଙ୍କ ସ୍ମୃତିଚାରଣ କରିଥିଲେ ।

ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ବିତ୍ତ ପରାମର୍ଶଦାତା ଶ୍ରୀ ପୃଥ୍ଵୀରାଜ ପାଣି, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀ ଲଷ୍ମୀଧର ବେହେରା,ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

 

Leave a Reply

Your email address will not be published. Required fields are marked *