ନୂଆ -ଓ ର ଭାଷା ସାହିତ୍ୟ ଓ ସଂସ୍କୃତି କାର୍ଯ୍ୟକ୍ରମ ଉଦଘାଟିତ

ନିରାକାରପୁର, ୧୭/୦୧/୨୦୨୪ (ଓଡ଼ିଶା ସମାଚାର)-ଖୋର୍ଦ୍ଧା ଜିଲ୍ଲା ମଳିପଡ଼ାସ୍ଥ କବି ପ୍ରସନ୍ନ ପାଟ୍ଟଶାଣୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ -ଓ ର ଭାଷା ସାହିତ୍ୟ ଓ ସଂସ୍କୃତି କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ଏହି ସଭାକୁ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମିହିର ଚନ୍ଦ୍ର ମହାପାତ୍ର ଉଦଘାଟନ କରିଥିଲେ । ଓଡ଼ିଆ ଭାଷା ସାହିତ୍ୟର ବିକାଶ ନିମନ୍ତେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଛି । ଆଜି ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଆ ପ୍ରବନ୍ଧ ଲିଖନ, ସଂଗୀତ ଓ ଓଡ଼ିଆ ହସ୍ଥାକ୍ଷର ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ନୋଡାଲ ଅଫିସର ଶ୍ରୀ ଜଗତ ଜ୍ୟୋତି ମିଶ୍ରଙ୍କ ତତ୍ୱାବଧାନରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଏହି କାର୍ଯ୍ୟକ୍ରମରେ ସହଯୋଗ ପ୍ରଦାନ କରିଥିଲେ । ଅଧ୍ୟାପକ ଶ୍ରୀ ପ୍ରାଣେଶ୍ୱର ଜୟସିଂହ ସଭା ପରିଚାଳନା କରିଥିଲେ ।

Leave a Reply

Your email address will not be published. Required fields are marked *