ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲ ଙ୍କ ୧୦୨ ବର୍ଷ ବୟସରେ ଦେହାନ୍ତ

କଟକ,୨୭/୦୧/୨୦୨୪ (ଓଡ଼ିଶା ସମାଚାର)- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ଦେହାନ୍ତ ହୋଇଛି। କଟକ ବଡ଼ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ବୟସାଧିକ୍ୟ କାରଣରୁ ସେ ଗତ ୨୪ ତାରିଖ ଠାରୁ ମେଡିସିନ ବିଭାଗର ଆଇସିୟୁରେ ଚିକିତ୍ସିତ ହେଉଥିଲେ। ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ସ୍ବାଧୀନତା ସଂଗ୍ରାମୀ ରାଜ୍ୟ ସଭାପତି ଥିଲେ। ସୂଚନାଯୋଗ୍ୟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଗୁରୁତର ଅସୁସ୍ଥ ହେବା ପରେ ଗତ ୨୪ ତାରିଖ ଦିନ ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ବ୍ୟବସ୍ଥା କରିଥିଲେ। ଜିଲ୍ଲାପାଳଙ୍କ ପରାମର୍ଶରେ ୧୦୮ ଆମ୍ବୁଲାନ୍ସ ଯୋଗେ ଶ୍ରୀ ସାମଲଙ୍କୁ ତାଙ୍କ ବାସଭବନରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ କଟକ ସ୍ଥାନାନ୍ତରିତ କରାଯାଇଥିଲା। ଏସସିବିରେ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସାର ଅନୁଧ୍ୟାନ କରୁଥିଲେ। ସେଠାରେ ଚିକିତ୍ସିତ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି। ଯାଜପୁର ବଡ଼ଚଣା ବାଲିପଡିଆ ଗାଁରେ ନୀଳମଣିଙ୍କ ଘର । ସେ ଓଡ଼ିଶା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଥିଲେ । ଚାରିଥର ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନୀତ ହୋଇଥିଲେ ନୀଳମଣି ।

ଓଡ଼ିଶା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ୧ ୧୦୨ ବର୍ଷିୟ ନୀଳମଣି ସାମଲ ବୟସାଧିକ୍ୟ କାରଣରୁ ଗୁରୁତର ଅସୁସ୍ଥ ହୋଇଥିଲେ। ଖବରପାଇ ଯାଜପୁର ଜିଲ୍ଲାପାଳ ଗତ ୨୪ ତାରିଖରେ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ବ୍ୟବସ୍ଥା କରିଥିଲେ। ଜିଲ୍ଲାପାଳଙ୍କ ପରାମର୍ଶରେ ୧୦୮ ଆମ୍ବୁଲାନ୍ସ ଯୋଗେ ଶ୍ରୀ ସାମଲଙ୍କୁ ତାଙ୍କ ବାସଭବନରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରେ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ମଧ୍ୟ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଅସୁସ୍ଥତା ଖବର ଜାଣି ତ୍ୱରୀତ ହସ୍ତକ୍ଷେପ କରିବା ସହ ସମସ୍ତ ପ୍ରକାର ଚିକିତ୍ସା ସେବା ଯୋଗାଇଦିଆଯିବାକୁ ପଦକ୍ଷେପ ନେଇଥିଲେ।

Leave a Reply

Your email address will not be published. Required fields are marked *