ଓଡିଶା ହେବ ଇଭି ହବ୍: ରାଜ୍ୟ ସରକାର ଓ ଜେଏସଡବ୍ଲୁ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର, ୧୦/୦୨/୨୦୨୪ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଓଡ଼ିଶାରେ ଇଭି ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏଥିପାଇଁ ଆଜି ଜେଏସଡବ୍ଲୁ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଦେଶରେ ଅଟୋମୋବାଇଲ ଶିଳ୍ପରେ ପ୍ରଥମ ଥର ପାଇଁ ପାଦ ଥାପିବ ଜେଏସଡବ୍ଲୁ  । ଓଡ଼ିଶା ଶିଳ୍ପ ସମୃଦ୍ଧ ହେଉଥିବାବେଳେ ଜେଏସଡବ୍ଲୁ କଟକ ନରାଜରେ ପ୍ରତିଷ୍ଠା କରିବ ଏହି ପ୍ରକଳ୍ପ । ରାଜ୍ୟରେ ଉତ୍ପାଦନ ହେବ ଇଲେକ୍ଟ୍ରୋନିକ ଭେଇକିଲ ବା ଇଭି ଯାନ  । ଉଭୟ ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ  । ସିଙ୍ଗଲ ଲୋକେସନରେ ଓଡ଼ିଶାରେ ବିଶ୍ୱର ସର୍ବବୃହତ ବ୍ୟାଟେରୀ ପ୍ରସ୍ତୁତ କାରଖାନା ନିର୍ମାଣ କରିବ ଜେଏସଡବ୍ଲୁ  । ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବା ସହ ଇଲେକ୍ଟ୍ରିକ ଭେହିକଲ କମ୍ପୋନେନ୍ଟ ତିଆରି କରିବ ଜେଏସଡବ୍ଲୁ  । ୫୦ ହଜାର ମେଗାୱାଟର ବ୍ୟାଟେରୀ ମାନୁଫାକଚରିଂ ୟୁନିଟ ପ୍ରସ୍ତୁତ ହେବ  । ଇଭି ପାଇଁ ନରାଜ ଠାରେ କମ୍ପାନୀ ୯ଶହ ଏକର ଜମି ଯୋଗାଇ ଦିଆଯାଇଛି  । ସେହି ରି ପାରାଦୀପରେ କମ୍ପାନୀ ଇଭି ପାଇଁ ବ୍ୟାଟେରୀ ନିର୍ମାଣ କରିବ  ।

ବ୍ୟାଟେରୀ ପାଇିଁ କମ୍ପାନୀ ଚିଲିରୁ କପର ଆଣିବ  । ଅଷ୍ଟ୍ରେଲିଆରୁ ଆଣିବ ଲିଥିଅମ  । ବ୍ୟାଟେରୀ ପାରାଦୀପରୁ ଆଣି ନରାଜରେ ଇଭିରେ ଫିଟିଂ କରିବ କମ୍ପନୀ  । ପ୍ରକଳ୍ପ ଲାଗି ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ  । ଏଥିରେ ୧୧ରୁ ୧୨ ହଜାର ନିଯୁକ୍ତି ସୃଷ୍ଟି ହେବ  । ରାଜ୍ୟ ସରକାର ଗ୍ରୀନ ଏନର୍ଜି ଉପରେ ଫୋକସ ରଖିଛନ୍ତି  । ଗ୍ରୀନ ହାଉସ ଗ୍ୟାସ ଏମିସନ ହ୍ରାସ ଲାଗି ପଦକ୍ଷେପ ନିଆଯାଉଛି  । ଏଥିଲାଗି ଇଭି କ୍ଷେତ୍ର ଉପରେ ଗୁରୁତ୍ୱ ଦିଆଯାଉଛି  ।

Leave a Reply

Your email address will not be published. Required fields are marked *