ମିଶନ ଶକ୍ତି ସଚିବ ସୁଜାତା କାର୍ତିକେୟନଙ୍କୁ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୨୩/୧୧/୨୦୨୩(ଓଡ଼ିଶା ସମାଚାର)- ୨୦୦୦ ମସିହା ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରିଣୀ ତଥା ମିଶନ ଶକ୍ତି ସଚିବ ସୁଜାତା ଆର୍. କାର୍ତିକେୟନଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି । ରାଜ୍ୟ ସରକାର ଶ୍ରୀମତୀ କାର୍ତିକେୟନଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି । ସେ ମିଶନ ଶକ୍ତି ବିଭାଗରେ କମିଶନର କମ୍ ସଚିବ ଭାବେ କାମ କରିବା ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *