ଓଡ଼ିଶା ସମାଚାର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ର ଶୁଭାରମ୍ଭ

 Current News
  • କାର୍ତିକ ଆରଏସଏସ ର ସଦସ୍ୟ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ଗତକାଲି କୁମ୍ଭାରୀ ଗ୍ରାମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କଲାବେଳେ କାର୍ତିକ ମେହେର ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିବାକୁ ଉଦ୍ୟମ କରିଥିଲେ । ବିଜେଡି ତରଫରୁ ଏହାକୁ...
  • ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ନେଇ ପୋଲିସ ଡିଜିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ବିଜେପୁର ଉପ-ନିର୍ବାଚନରେ ପ୍ରାର୍ଥôନୀ ରୀତା ସାହୁଙ୍କ ପାଇଁ ପ୍ରଚାରରେ ଯାଇଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉପରକୁ ବରପାଲ୍ଲୀ ବ୍ଲକ କୁମ୍ଭାରୀ ଗ୍ରାମ ଠାରେ ଗତକାଲି ଆକ୍ରମଣ କରାଯାଇଥିଲା । ଆକ୍ରମଣକାରୀର ପକେଟ୍ରୁ ବିଜେପିର...
  • ଯୁଗଶ୍ରୀ ଯୁଗନାରୀର ବାର୍ଷିକ ସାରସ୍ୱତ ସମାରୋହ ଅନୁଷ୍ଠିତ             ସାରସ୍ୱତ ସ୍ରଷ୍ଟାମାନେ ସମାଜ ସଚେତନ ହେବାକୁ ଆହ୍ୱାନ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-  ବାଲେଶ୍ୱରରୁ ନିୟମିତ ପ୍ରକାଶିତ ହେଉଥିବା ମାସିକ ମହିଳା ପତ୍ରିକା ‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିକ ସାରସ୍ୱତ ସମାରୋହ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ସଭା...
  • କେନ୍ଦ୍ରମନ୍ତ୍ରୀ ରାମକି୍ରଷ୍ଣପାଲ ଯାଦବଙ୍କୁ ସ୍ୱାଗତ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-ଗାଇ ସିଲଟ ବ୍ଲକ ଅନ୍ତର୍ଗତ ଜଗଲଘାଟ ପଂଚାୟତରେ ଏକ ନିର୍ବାଚନୀ ସଭାରେ ବରଗଡ଼ ଜିଲ୍ଲା ସଭାପତି ଅରୁପାନନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ସମ୍ପାଦକ ସୁରେଶ ପୂଜାରୀ, ଚିତରଞ୍ଜନ କଂସ, ଲକ୍ଷ୍ମଣ ଭୋଇ, ଆଲେକଜାଣ୍ଡର ଦାସ, ସୁଜାତା ବାରିକ,...
  • ଶିକ୍ଷୟତ୍ରୀ ବିଦ୍ୟାଳୟକୁ ବିଳମ୍ବରେ ଆସୁଛନ୍ତି ବେଙ୍ଗାମୁଣ୍ଡା,୨୧/୦୨/୨୦୧୮ (ଓଡ଼ିଶା ସମାଚାର/ଅଶୋକ ନାରାୟଣ ଭୋଇ)-ସରକାର ସମସ୍ତ ଙ୍କ ପାଇଁ ମାଗଣା ଏବଂ ବାଧ୍ୟତା ମୂଳକ ଶିକ୍ଷା ର ବ୍ୟବସ୍ଥା କରିବା ସହ ଛାତ୍ର ଛାତ୍ରୀ ଙ୍କୁ ବିଦ୍ୟାଳୟଭିମୁଖୀ ଲକ୍ଷ୍ୟରେ  ମାଗଣାରେ ପାଠ୍ୟ ପୁସ୍ତକ ବଂଟନ, ପୋଷାକ, ମଧ୍ୟାହ୍ନ ଭୋଜନ ଆଦି...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ର ଶୁଭାରମ୍ଭ

January 05
09:20 2018

Tourism
ବ୍ରହ୍ମପୁର ରେଳଷ୍ଟେସନରୁ ତିରୁପତି , ଭେଲୋର ଅଭିମୁଖେ ଗଲେ ହଜାରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ
ଭୁବନେଶ୍ୱର, ୦୫/୦୧/୨୦୧୮(ଓଡ଼ିଶା ସମାଚାର)-ବ୍ରହ୍ମପୁର ରେଳଷ୍ଟେସନ୍ ଠାରୁ ଗୁରୁବାର ବରିଷ୍ଠ ନାଗରିକ ତୀର୍ଥଯାତ୍ରୀର ଶୁଭାରମ୍ଭ ହୋଇଛି । ବ୍ରହ୍ମପୁରରୁ ତ୍ରୀର୍ଥଯାତ୍ରୀ ମାନେ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ତିରୁପତି ଓ ଭେଲୋର ଯାତ୍ରା କରିଛନ୍ତି । ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଦକ୍ଷିଣାଂଚଳ ଜୋନ୍ ରୁ ପ୍ରାୟ ଏକ ହଜାର ଯାତ୍ରୀ ଏଥିରେ ସାମିଲ ହୋଇଛନ୍ତି  । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସଚିବାଳୟ ଠାରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି ଯାତ୍ରାର ଶୁଭାରମ୍ଭ କରିଛନ୍ତି  । ସେହିପରି ବ୍ରହ୍ମପୁର ରେଳଷ୍ଟେସନ୍ ଠାରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା ଉପସ୍ଥିତ ଥିଲେ  । ଏହି ଅବସରରେ ମୁଖମନ୍ତ୍ରୀ ଯାତ୍ରୀ ମାନଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇବା ସହିତ ଜୟ ଜଗନ୍ନାଥ କହି ଯାତ୍ରୀ ମାନଙ୍କର ଶୁଭକାମନା କରିଥିଲେ  । ୨୦୧୬ ମସିହା ଜୁଲାଇରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ଓଡିଶାର ବରିଷ୍ଠ ନାଗରିକ ମାନେ ଆହ୍ଲାବାଦ , ବାରଣାସୀ , ହରିଦ୍ୱାର , ପୁଷ୍କର ଓ ଆଜମେର ଆଦି ସ୍ଥାନକୁ ତୀର୍ଥଯାତ୍ରାରେ ଯାଇଛନ୍ତି  । ଆଜିର ଯାତ୍ରାରେ ଯାତ୍ରୀମାନେ ବ୍ରହ୍ମପୁରରୁ ତିରୁପତି ଓ ଭେଲୋର ଯାତ୍ରା ଆରମ୍ଭ କରିଛନ୍ତି  । ଏହି ତୀର୍ଥଯାତ୍ରା ପାଇଁ ଗତ ୨୦୧୬- ୧୭ ଆର୍ଥିକ ବର୍ଷରେ ରାଜ୍ୟ ବଜେଟ୍ ରେ ୫ କୋଟି ଟଙ୍କାର ବ୍ୟୟ ବରାଦ୍ କରାଯାଇଥିଲା  । ସେହିପରି ୨୦୧୭- ୧୮ ବର୍ଷ ପାଇଁ ୬.୫ କୋଟି ଟଙ୍କାର ବ୍ୟୟ ବରାଦ୍ କରାଯାଇଥିଲା । ଏହି ଯୋଜନାରେ ବିପିଏଲ୍ ଅନ୍ତର୍ଭୁକ୍ତ ବରିଷ୍ଠ ନାଗରିକ ମାନଙ୍କୁ ମାଗଣାରେ ତୀର୍ଥଯାତ୍ରାର ସୁଯୋଗ ଦିଆଯାଇଥିବା ବେଳେ ଏପିଏଲ ଅନ୍ତର୍ଗତ ବରିଷ୍ଠ ନାଗରିକଙ୍କ ଠାରୁ ଗସ୍ତ ଖର୍ଚ୍ଚର ମାତ୍ର ୨୫ ପ୍ରତିଶତ ଅର୍ଥ ଆଦାୟ କରାଯାଉଛି । ତୀର୍ଥଯାତ୍ରା ପାଇଁ ଜଣଙ୍କ ପ୍ରତି ୧୮ରୁ ୨୦ ହଜାର ଟଙ୍କା ଖର୍ଚ୍ଚ ହୋଇଥାଏ  । ସଚ୍ଚିବାଳୟ ଠାରେ ଏହି କାର୍ଯ୍ୟକ୍ରମରେ ରାଜସ୍ୱ ମନ୍ତୟୀ ମହେଶ୍ୱର ମହାନ୍ତି , ସୂଚନା ଓ ଲୋକସମ୍ପର୍କ ମନ୍ତ୍ରି ବିକ୍ରମ କେଶରୀ ଆରୁଖ , ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ , କ୍ରୀଡା ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରା , ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ , ପର୍ଯ୍ୟଟନ ରବିଭାଗ ଶାସନ ସଚିବ ମୋନା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ  । ସେହିପରି ବ୍ରହ୍ମପୁର ରେଳଷ୍ଟେସନ୍ ଠାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର , ଯୋଜନା ଓ ସଂଯୋଜନା ମନ୍ତ୍ରୀ ଉଷା ଦେବୀ , ବ୍ରହ୍ମପୁର ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ  । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment

17 − ten =