ଓଡ଼ିଶା ସମାଚାର

ସର୍ବଭାରତୀୟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ସମ୍ମିଳନୀ ୧୭ରୁ

 Current News
  • କାର୍ତିକ ଆରଏସଏସ ର ସଦସ୍ୟ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ଗତକାଲି କୁମ୍ଭାରୀ ଗ୍ରାମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କଲାବେଳେ କାର୍ତିକ ମେହେର ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିବାକୁ ଉଦ୍ୟମ କରିଥିଲେ । ବିଜେଡି ତରଫରୁ ଏହାକୁ...
  • ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ନେଇ ପୋଲିସ ଡିଜିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ବିଜେପୁର ଉପ-ନିର୍ବାଚନରେ ପ୍ରାର୍ଥôନୀ ରୀତା ସାହୁଙ୍କ ପାଇଁ ପ୍ରଚାରରେ ଯାଇଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉପରକୁ ବରପାଲ୍ଲୀ ବ୍ଲକ କୁମ୍ଭାରୀ ଗ୍ରାମ ଠାରେ ଗତକାଲି ଆକ୍ରମଣ କରାଯାଇଥିଲା । ଆକ୍ରମଣକାରୀର ପକେଟ୍ରୁ ବିଜେପିର...
  • ଯୁଗଶ୍ରୀ ଯୁଗନାରୀର ବାର୍ଷିକ ସାରସ୍ୱତ ସମାରୋହ ଅନୁଷ୍ଠିତ             ସାରସ୍ୱତ ସ୍ରଷ୍ଟାମାନେ ସମାଜ ସଚେତନ ହେବାକୁ ଆହ୍ୱାନ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-  ବାଲେଶ୍ୱରରୁ ନିୟମିତ ପ୍ରକାଶିତ ହେଉଥିବା ମାସିକ ମହିଳା ପତ୍ରିକା ‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିକ ସାରସ୍ୱତ ସମାରୋହ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ସଭା...
  • କେନ୍ଦ୍ରମନ୍ତ୍ରୀ ରାମକି୍ରଷ୍ଣପାଲ ଯାଦବଙ୍କୁ ସ୍ୱାଗତ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-ଗାଇ ସିଲଟ ବ୍ଲକ ଅନ୍ତର୍ଗତ ଜଗଲଘାଟ ପଂଚାୟତରେ ଏକ ନିର୍ବାଚନୀ ସଭାରେ ବରଗଡ଼ ଜିଲ୍ଲା ସଭାପତି ଅରୁପାନନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ସମ୍ପାଦକ ସୁରେଶ ପୂଜାରୀ, ଚିତରଞ୍ଜନ କଂସ, ଲକ୍ଷ୍ମଣ ଭୋଇ, ଆଲେକଜାଣ୍ଡର ଦାସ, ସୁଜାତା ବାରିକ,...
  • ଶିକ୍ଷୟତ୍ରୀ ବିଦ୍ୟାଳୟକୁ ବିଳମ୍ବରେ ଆସୁଛନ୍ତି ବେଙ୍ଗାମୁଣ୍ଡା,୨୧/୦୨/୨୦୧୮ (ଓଡ଼ିଶା ସମାଚାର/ଅଶୋକ ନାରାୟଣ ଭୋଇ)-ସରକାର ସମସ୍ତ ଙ୍କ ପାଇଁ ମାଗଣା ଏବଂ ବାଧ୍ୟତା ମୂଳକ ଶିକ୍ଷା ର ବ୍ୟବସ୍ଥା କରିବା ସହ ଛାତ୍ର ଛାତ୍ରୀ ଙ୍କୁ ବିଦ୍ୟାଳୟଭିମୁଖୀ ଲକ୍ଷ୍ୟରେ  ମାଗଣାରେ ପାଠ୍ୟ ପୁସ୍ତକ ବଂଟନ, ପୋଷାକ, ମଧ୍ୟାହ୍ନ ଭୋଜନ ଆଦି...

ସର୍ବଭାରତୀୟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ସମ୍ମିଳନୀ ୧୭ରୁ

January 11
13:57 2018

ଭୁବନେଶ୍ୱର, ୧୧/୦୧/୨୦୧୮ (ଓଡ଼ିଶା ସମାଚାର)- ଆସନ୍ତା ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନ୍ରେ ୬୧ତମ ସର୍ବଭାରତୀୟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ସମ୍ମିଳନୀ ଅନୁଷ୍ଠିତ ହେବ । ଭାରତୀୟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ସଂଘ (ଏଫ୍ଓଜିଏସ୍ଆଇ) ଆନୁକୂଲ୍ୟରେ ଓଡ଼ିଶା ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ସଂଘ (ଏଓଜିଓ) ଏହି ସମ୍ମିଳନୀ ଆୟୋଜନ କରୁଛି । ଦେଶର ୮୦୦୦ରୁ ଉଦ୍ଧ୍ୱର୍ ବିଶେଷଜ୍ଞ ଏହି ସମ୍ମଳିନୀରେ ଯୋଗଦେବାକୁ ଯାଉଛନ୍ତି । ଏହାଛଡା ଆମେରିକା, ଇଂଲଣ୍ଡ, ଅଷ୍ଟ୍ରେଲିଆ, ୟୁରୋପୀୟ, ପ୍ରଶାନ୍ତ ମହାସାଗରୀୟ ତଥା ଦକ୍ଷିଣ ଏସିୟ ରାଷ୍ଟ୍ରର ୫୫ଜଣ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଏହି ସମ୍ମିଳନୀରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ସଂଗଠନ ସଭାପତି ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ସଂଗଠନ ସଂପାଦକ ଡାକ୍ତର ହର ପ୍ରସାଦ ପଟ୍ଟନାୟକ ଓ କୋଷାଧ୍ୟକ୍ଷ ଡାକ୍ତର ଜନ୍ମେଜୟ ମହାପାତ୍ରଙ୍କ ନେତୃତ୍ୱରେ ଓଡ଼ିଶାର ସ୍ତ୍ରୀ ଓ ପ୍ରସୂତୀ ବିଶେଷଜ୍ଞମାନେ ଏହି ସମ୍ମିଳନୀର ସଫଳତା ପାଇଁ କାର୍ଯ୍ୟ କରୁଛନ୍ତି । ଦୀର୍ଘ ୧୬ ବର୍ଷରେ ତୃତୀୟ ଥର ପାଇଁ ଓଡ଼ିଶାରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଅଛି । ଜନତା ମଇଦାନ୍ରେ ଏଥିପାଇଁ ୯ଟି ସମ୍ମିଳନୀ କକ୍ଷ, ୨୦୦ ପ୍ରଦର୍ଶଦୀ କକ୍ଷ, ଭୋଜନ କକ୍ଷ, ପଞ୍ଜିକରଣ ତଥା ଅତିଥି ସକ୍ରାର କକ୍ଷ ପ୍ରସ୍ତୁତ କରାଯାଉଛି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment

3 − one =