ଓଡ଼ିଶା ସମାଚାର

“ଜୀବନ ବିନ୍ଦୁ’ ନିମନ୍ତେ ବିଜେଡିର ପ୍ରସ୍ତୁତି ବୈଠକ

 Current News
  • କାର୍ତିକ ଆରଏସଏସ ର ସଦସ୍ୟ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ଗତକାଲି କୁମ୍ଭାରୀ ଗ୍ରାମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କଲାବେଳେ କାର୍ତିକ ମେହେର ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିବାକୁ ଉଦ୍ୟମ କରିଥିଲେ । ବିଜେଡି ତରଫରୁ ଏହାକୁ...
  • ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ନେଇ ପୋଲିସ ଡିଜିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ବିଜେପୁର ଉପ-ନିର୍ବାଚନରେ ପ୍ରାର୍ଥôନୀ ରୀତା ସାହୁଙ୍କ ପାଇଁ ପ୍ରଚାରରେ ଯାଇଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉପରକୁ ବରପାଲ୍ଲୀ ବ୍ଲକ କୁମ୍ଭାରୀ ଗ୍ରାମ ଠାରେ ଗତକାଲି ଆକ୍ରମଣ କରାଯାଇଥିଲା । ଆକ୍ରମଣକାରୀର ପକେଟ୍ରୁ ବିଜେପିର...
  • ଯୁଗଶ୍ରୀ ଯୁଗନାରୀର ବାର୍ଷିକ ସାରସ୍ୱତ ସମାରୋହ ଅନୁଷ୍ଠିତ             ସାରସ୍ୱତ ସ୍ରଷ୍ଟାମାନେ ସମାଜ ସଚେତନ ହେବାକୁ ଆହ୍ୱାନ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-  ବାଲେଶ୍ୱରରୁ ନିୟମିତ ପ୍ରକାଶିତ ହେଉଥିବା ମାସିକ ମହିଳା ପତ୍ରିକା ‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିକ ସାରସ୍ୱତ ସମାରୋହ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ସଭା...
  • କେନ୍ଦ୍ରମନ୍ତ୍ରୀ ରାମକି୍ରଷ୍ଣପାଲ ଯାଦବଙ୍କୁ ସ୍ୱାଗତ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-ଗାଇ ସିଲଟ ବ୍ଲକ ଅନ୍ତର୍ଗତ ଜଗଲଘାଟ ପଂଚାୟତରେ ଏକ ନିର୍ବାଚନୀ ସଭାରେ ବରଗଡ଼ ଜିଲ୍ଲା ସଭାପତି ଅରୁପାନନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ସମ୍ପାଦକ ସୁରେଶ ପୂଜାରୀ, ଚିତରଞ୍ଜନ କଂସ, ଲକ୍ଷ୍ମଣ ଭୋଇ, ଆଲେକଜାଣ୍ଡର ଦାସ, ସୁଜାତା ବାରିକ,...
  • ଶିକ୍ଷୟତ୍ରୀ ବିଦ୍ୟାଳୟକୁ ବିଳମ୍ବରେ ଆସୁଛନ୍ତି ବେଙ୍ଗାମୁଣ୍ଡା,୨୧/୦୨/୨୦୧୮ (ଓଡ଼ିଶା ସମାଚାର/ଅଶୋକ ନାରାୟଣ ଭୋଇ)-ସରକାର ସମସ୍ତ ଙ୍କ ପାଇଁ ମାଗଣା ଏବଂ ବାଧ୍ୟତା ମୂଳକ ଶିକ୍ଷା ର ବ୍ୟବସ୍ଥା କରିବା ସହ ଛାତ୍ର ଛାତ୍ରୀ ଙ୍କୁ ବିଦ୍ୟାଳୟଭିମୁଖୀ ଲକ୍ଷ୍ୟରେ  ମାଗଣାରେ ପାଠ୍ୟ ପୁସ୍ତକ ବଂଟନ, ପୋଷାକ, ମଧ୍ୟାହ୍ନ ଭୋଜନ ଆଦି...

“ଜୀବନ ବିନ୍ଦୁ’ ନିମନ୍ତେ ବିଜେଡିର ପ୍ରସ୍ତୁତି ବୈଠକ

January 11
14:13 2018

ଜଗତସିଂହପୁର, ୧୧/୦୧/୨୦୧୮ (ଓଡ଼ିଶା ସମାଚାର)-ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପଡିଆରେ ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ଫେବୃଆରି- ୩ ଓ ୪ ତାରିଖ ତଥା ଦୁଇ ଦିନ ଧରି ମେଗା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଯୋଗଧାରୀ ସ୍ଥିତ ସର୍କିଟ ହାଉସ୍ ପରିସରରେ ଅନୁଷ୍ଠିତ ହୋଇ ଯାଇଛି । ବିଜେଡି ଜିଲ୍ଲା ସଭାପତି ତଥା ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଯୋଗ ଦେଇ ସେ କହିଲେ, ରାଜ୍ୟ ସଭାପତି ନବିନ ପଟ୍ଟନାୟଙ୍କ ନିର୍ଦ୍ଧେଶରେ ଜଗତସିଂହପୁର ଠାରେ ଜାନୁୟାରୀ ୨୭ ଓ ୨୮ ତାରିଖରେ ମେଗା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଜିଲ୍ଲାପାଳଙ୍କ ପଡିଆରେ ହେବା ପାଇଁ ସ୍ଥିତ କରା ଯାଇଥିଲା । କିନ୍ତୁ ଶୀତର ପ୍ରକୋପ ଯୋଗୁ ଉକ୍ତ ମେଗା ଶିବିରକୁ ଜାନୁୟାରୀ ପରିବର୍ତେ ଫେବୃୟାରୀ ୩ ଓ ୪ ତାରିଖକୁ ଘୁଂଚାଇ ଦିଆଯାଇଥିବା ସୂଚନା ପ୍ରଦାନ କରିଥିଲେ । ଏହି ମେଗା ଜୀବନ ବିନ୍ଦୁ କାର୍ଯ୍ୟକ୍ରମକୁ ସଫଳ କରାଯିବା ପାଇଁ ଏକ କମିଟି ଗଠନ କରାଯାଇଛି । ଏହି କମିଟିରେ ପାଖାପାଖି ୨୦ଜଣ ମେମ୍ବର ରହିଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ଯେପରି ରେକର୍ଡ ସଂଖ୍ୟକ ରକ୍ତ ସଂଗ୍ରହ କରାଯାଇ ପରିବ ସେଥିପାଇଁ କମିଟି ସଦସ୍ୟ ମାନଙ୍କୁ ପଂଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ପଦକ୍ଷେପ ନେବା ପାଇଁ ଅଧ୍ୟକ୍ଷ କମିଟି ସଦସ୍ୟ ମାନଙ୍କୁ ନିର୍ଦ୍ଧେଶ ଦେଇଥିଲେ । ଏହି ପ୍ରସ୍ତୁତି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ବିଜେଡି କାର୍ଯ୍ୟକାରିଣୀ ସଦସ୍ୟା କନକପ୍ରଭା ଲେଙ୍କା, ମିନତି ରାଉତ, ଛାତ୍ର ବିଜେଡି ଜିଲ୍ଲା ସଭାପତି ଅମରେନ୍ଦ୍ର ଦାସ, ଜିଲ୍ଲା ପରିସଦ ଉପାଧ୍ୟକ୍ଷ ଲିଙ୍ଗରାଜ ସ୍ୱାଇଁ, ଜିଲ୍ଲାପରିଷଦ ସଭ୍ୟ ସୁବଳ ବେହେରା, ଜଗତସିଂହପୁର ବ୍ଲକ ସଭାପତି ମନୋଜ ଭୋଇ, ବ୍ଲକ ଅଧ୍ୟକ୍ଷା ବିଜୟଲକ୍ଷ୍ମୀ ବେହେରା, ନଗର ସଭାପତି ଦୋଳଗୋବିନ୍ଦ ଦାଶ, ଯୁବ ନେତା ବିଜୟ ଶଙ୍କର ଦାସଙ୍କ ସହିତ ବହୁ ଜିଲ୍ଲା ଓ ବ୍ଲକ ସ୍ତରୀୟ ନେତା, ଯୁବ ନେତାମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment

three × three =