ଓଡ଼ିଶା ସମାଚାର

୮ ଓ ୯ ଜାନୁୟାରୀ ସର୍ବଭାରତୀୟ ସାଧାରଣ ଧର୍ମଘଟକୁ ବିଜେଡ଼ିର ସମର୍ଥନ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
୮ ଓ ୯ ଜାନୁୟାରୀ ସର୍ବଭାରତୀୟ ସାଧାରଣ ଧର୍ମଘଟକୁ ବିଜେଡ଼ିର ସମର୍ଥନ
January 05
20:56 2019

ଭୁବନେଶ୍ୱର, ୦୫/୦୧/୨୦୧୯ (ଓଡ଼ିଶା ସମାଚାର)-କର୍ପୋରେଟ୍ ସପକ୍ଷରେ ଶ୍ରମ ଆଇନ ସଂଶୋଧନ, ଟ୍ରେଡ଼ ୟୁନିୟନ ଅଧିକାର ଉପରେ ଆକ୍ରମଣ, ସର୍ବନିମ୍ନ ମଜୁରି ମାସିକ ୧୮ ହଜାର ଟଙ୍କା, ସର୍ବନିମ୍ନ ପେନ୍ସନ ୬ ହଜାର ଟଙ୍କା, ସ୍କିମ୍ ୱାର୍କସଙ୍କୁ ଶ୍ରମିକ ମାନ୍ୟତା, ଠିକା ଶ୍ରମିକ ପ୍ରଥାର ଉଚ୍ଛ୍ୟେଦ, ସମାନ କାମକୁ ସମାନ ଦରମା, ରାଷ୍ଟ୍ରାୟତ ଉଦ୍ୟୋଗରୁ ପୁଞ୍ଜି ପ୍ରତ୍ୟାହାର ବନ୍ଦ, ବ୍ୟାଙ୍କମାନଙ୍କର ମିଶ୍ରଣ ଓ ଘରୋଇକରଣକୁ ବିରୋଧ, ନିଯୁକ୍ତି ସୃଷ୍ଟି, ଦରଦାମକୁ ନିୟନ୍ତ୍ରଣ ରଖିବା ଇତ୍ୟାଦି ଦାବିକୁ ନେଇ ଆସନ୍ତା ଜାନୁୟାରୀ ୮ ଓ ୯ ତାରିଖ ୨୦୧୯ରେ ଅନୁଷ୍ଠିତ ହେବାକୁ ଯାଉଥିବା ସର୍ବ ଭାରତୀୟ ସାଧାରଣ ଧର୍ମଘଟକୁ ଓଡ଼ିଶାରେ ସଂପୂର୍ଣ୍ଣ ସଫଳ କରିବା ପାଇଁ କେନ୍ଦ୍ରୀୟ ଶ୍ରମିକ ସଂଗଠନର ନେତୃମଣ୍ଡଳୀ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତକରି ବିଜୁ ଜନତା ଦଳର ସମର୍ଥନ ଲୋଡ଼ିଥିଲେ  । ମୁଖ୍ୟମନ୍ତ୍ରୀ ବିଜୁ ଜନତା ଦଳ ଏହି ଧର୍ମଘଟକୁ ସଂପୂର୍ଣ୍ଣ ସମର୍ଥନ କରୁଛନ୍ତି ବୋଲି ଘୋଷଣା କରିଥିଲେ  । ଆଜିର ଏହି ପ୍ରତିନିଧିମଣ୍ଡଳୀରେ ସର୍ବଶ୍ରୀ ସୌରୀବଂଧୁ କର, ରାମକୃଷ୍ଣ ପଣ୍ଡା, କିଶୋର ଜେନା, ଯୋଗେନ୍ଦ୍ର ତ୍ରିପାଠୀ, ଳମ୍ବୋଦର ନାୟକ, ପୂର୍ଣ୍ଣଚନ୍ଦ୍ର ବେହେରା ଓ ମହେନ୍ଦ୍ର ପରିଡ଼ା ପ୍ରମୁଖ ଯାଇଥିଲେ  ।
ଏହି ପ୍ରତିନିଧିଦଳ ପୂର୍ବାହ୍ନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କୁ ସାକ୍ଷାତକରି କଂଗ୍ରେସର ସମର୍ଥନ ଲୋଡ଼ିଥିଲେ  । ପିସିସି ସଭାପତି କଂଗ୍ରେସ ସଂପୂର୍ଣ୍ଣଭାବେ ସକ୍ରିୟ ସହଯୋଗ କରିବ ବୋଲି କହିଥିଲେ  । ଏହି ସାଧାରଣ ଧର୍ମଘଟକୁ ବିଜେଡ଼ି, କଂଗ୍ରେସ ଓ ବାମପନ୍ଥୀ ଦଳଙ୍କ ସମେତ ଅନ୍ୟାନ୍ୟ ରାଜନୈତିକ ଦଳମାନେ ସମର୍ଥନ ଘୋଷଣା କରିଥିବା ଯୋଗୁ କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଡକ୍ଟର ସୌରୀବଂଧୁ କର ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି  । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment