ଓଡ଼ିଶା ସମାଚାର

ଓଡ଼ିଶା ବାସ୍ତୁ ଏକାଡେମୀର ପର୍ଯ୍ୟଟନସ୍ଥଳୀ ପରିକ୍ରମା

 Breaking News
  • ବହୁ ହେଭିୱେଟ୍ ନେତା ଚିତ୍ ପଟାଙ୍ଗ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ବହୁ ହେଭିୱେଟ୍ ନେତା ସେମାନଙ୍କ ଭାଗ୍ୟପରୀକ୍ଷା କରୁଥିଲେ । ହେଲେ ଜନାଦେଶ ସେମାନଙ୍କ ବିପକ୍ଷରେ ଯିବାରୁ ସେମାନେ ପରାଜୟର ସାମ୍ନା କରିଛନ୍ତି । ଏମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ...
  • ୨ଟି ଆସନରୁ ବିଜୟୀ ହେଲେ ନବୀନ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ରାଜନୈତିକ କ୍ୟାରିୟରର ଦୀର୍ଘବର୍ଷ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ୨୦୦୦ ମସିହାରୁ ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...
  • ଓଡ଼ିଶାବାସୀଙ୍କଠାରେ ଗଭୀର କୃତଜ୍ଞତା ଜଣାଉଛି:ନବୀନ ପଟ୍ଟନାୟକ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ଓଡ଼ିଶାବାସୀ ବିଜେଡ଼ି ଦଳକୁ ଆଶୀର୍ବାଦ କରି କ୍ଷମତାକୁ ପଂଚମ ଥର ପାଇଁ ଆଣିଥିବାରୁ ସେମାନଙ୍କ ପାଖରେ ମୁଁ ଗଭୀର କୃତଜ୍ଞତା ଜଣାଉଛି । ଏହା ବ୍ୟତୀତ ଦଳକୁ ବିଜୟୀ କରିବା କ୍ଷେତ୍ରରେ ପ୍ରମୁଖ...
  • ବାତ୍ୟା ପ୍ରପିଡିତ ଜନତାଙ୍କ ସେବାରେ ରେଡକ୍ରସ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ପ୍ରାୟ ୨୦ ଦିନ ତଳେ  ଓଡିଶା ଉପକୁଳରେ ବିଭୀଷିକାର ତାଣ୍ଡବ ରଚିଥିଲା ବାତ୍ୟା ଫନି । ଘର ଦ୍ୱାର,  ବଡ ବଡ ଗଛ, ପନିପରିବା, ପାନ ଚାଷ, ଛତୁ ଚାଷ, ପ୍ରାକୃତିକ ଜଙ୍ଗଲ ଓ ବନ୍ୟଜନ୍ତୁ...
  • ପଶୁ-ପକ୍ଷୀଙ୍କ ପାଇଁ ଜଳ ଯୋଗାଣ   ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ବାତ୍ୟା ପର ର ରାଜଧାନୀ ବୃକ୍ଷ ଓ ଛାଇ ଶୂନ୍ୟ ହୋଇଛି । ଆକାଶରୁ ନିଆଁ ଝୁଲ ଭଳି ରୌଦ୍ରତାପରେ ସନ୍ତୁଳି ହେଉଛି ଜୀବନ । ଦିନ ୧୧ଟା ବେଳକୁ ରାସ୍ତାଘାଟ ଜନଶୂନ୍ୟ ହୋଇଯାଉଛି...
January 16
13:37 2019

Bastu Academy
ଭୁବନେଶ୍ୱର, ୧୬/୦୧/୨୦୧୯ (ଓଡ଼ିଶା ସମାଚାର)-ଭୁବନେଶ୍ୱରସ୍ଥିତ ପଳାଶୁଣୀଠାରେ ଅବସ୍ଥିତ ଇଣ୍ଡିଆନ୍ ବାସ୍ତୁ ଏକାଡେମୀର ପର୍ଯ୍ୟଟନସ୍ଥଳୀ ଭ୍ରମଣ ଓ ଶିକ୍ଷାଭିତିକ କର୍ମଶାଳା ଆୟୋଜିତ ହୋଇଯାଇଛି  ।
ପ୍ରତିବର୍ଷ ଭଳି ଚଳିତ ବର୍ଷ ଇଣ୍ଡିଆନ୍ ବାସ୍ତୁ ଏକାଡେମୀ ତରଫରୁ ବାସ୍ତୁ ଜ୍ୟୋତିଷ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଶାଳିଆ ଡ୍ୟାମ୍ ଏକ ବିଶିଷ୍ଟ ପର୍ଯ୍ୟଟନସ୍ଥଳୀରେ ଶିକ୍ଷାଭିତିକ କର୍ମଶାଳାର ଆୟୋଜନ କରିଥିଲେ  ।  ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଏହି ଡ୍ୟାମ୍ରେ ଥିବା ବାସ୍ତୁଦୋଷ ଓ ଏହାର ନିରାକରଣ ସମ୍ବନ୍ଧୀୟ ଆଲୋଚନା କରାଯାଇଥିଲା  । ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ପରିଚାଳନା ନିର୍ଦ୍ଧେଶକ ପ୍ରଫେସର ଡକ୍ଟର ସୁଧାକର ମିଶ୍ର, ଅଧ୍ୟକ୍ଷ ଶ୍ରୀଯୁକ୍ତ ବିନୋଦ ଚନ୍ଦ୍ର ପଣ୍ଡା, ପ୍ରଶାସନିକ ଅଧିକାରୀ ତପସ୍ୱିନୀ ମିଶ୍ର ଯୋଗଦାନ କରିଥିଲେ  ।
ଉକ୍ତ ଅନୁଷ୍ଠାନର ଛାତ୍ରଛାତ୍ରୀ ଯଥାକ୍ରମେ ଇଂ. ଦିପ୍ତିରଂଜନ ପଣ୍ଡା, ଇଂ. ଅସିମ୍ ମହାପାତ୍ର, ସସ୍ମିତା ରାଏ, ପ୍ରିୟଙ୍କା ଶର୍ମା, ପବିତ୍ର ନାୟକ, ସ୍ମୃତିରେଖା ପଟ୍ଟନାୟକ, ସୌରଭ ପାଣିଗ୍ରାହୀ ପ୍ରମୁଖ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment