ଓଡ଼ିଶା ସମାଚାର

ଓଲଟିଲା ପିକଅପ୍ ଭ୍ୟାନ୍ : ୨ ମୃତ, ୩୦ରୁ ଉଦ୍ଧ୍ୱର୍ ଆହତ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
January 19
11:10 2019

ବାରିପଦା, ୧୯/୦୧/୨୦୧୯ (ଓଡ଼ିଶା ସମାଚାର)-ମୟୂରଭଞ୍ଜ ଜିଲ୍ଲା ଖୁଂଟା ଥାନା ଅନ୍ତର୍ଗତ କହ୍ନେଇବନ୍ଧ- ଧାନଘେରା ରାସ୍ତାରେ ଆଜି ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଓଲଟି ପଡିବା ଫଳରେ ଦୁଇ ଜଣ ମହିଳାଙ୍କର ମୃତୁ୍ୟ ଘଟିଥିବା ବେଳେ ୩୦ରୁ ଉଦ୍ଧ୍ୱର୍ ଯାତ୍ରୀ ଆହତ ହୋଇଛନ୍ତି  । ସମସ୍ତ ଆହତଙ୍କୁ ପ୍ରଥମେ ଖୁଂଟା ଓ ଉଦଳା ଡାକ୍ତରଖାନାରେ ଭର୍ତି କରାଯାଇଥିଲା  । ତନ୍ମଧ୍ୟରୁ ଗୁରୁତର ଥିବା ୧୦ ଜଣଙ୍କୁ ବାରିପଦା ସ୍ଥିତ ସରକାରୀ ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଛି  । ମୃତକ ଦ୍ୱୟ ହେଲେ ସୁଲୋଚନା ବିଶ୍ୱାଳ (୫୦) ଓ ଦ୍ରୌପଦୀ ଖଣ୍ଡେଇ (୬୦)  । ସମସ୍ତ ମୃତାହତଙ୍କ ଘର ବାଲେଶ୍ୱର ଜିଲ୍ଲା ବରହମପୁର ଥାନା ଅନ୍ତର୍ଗତ ଆରବନ୍ଧ ଗ୍ରାମରେ ବୋଲି ଜଣାପଡିଛି  । ଆଜି ପୂର୍ବାହ୍ନରେ ଗ୍ରାମର ପ୍ରାୟ ୪୦ ଜଣ ମହିଳା ପୁରୁଷ ଏକ ପିକଅପ୍ ଭ୍ୟାନ୍ ନଂ ଓଡ଼ି୦୧ଏ୬୮୮୬ ଯୋଗେ ଖୁଂଟା ବ୍ଲକ ଭସପାଳ ଗ୍ରାମର ଅଠରଦେଉଳ ପୀଠରେ ଅନୁଷ୍ଠିତ ହେଉଥିବା ଯଜ୍ଞ ମହୋତ୍ସବରେ ଯୋଗଦେବାକୁ ଯାଉଥିବା ବେଳେ ପ୍ରାୟ ୯ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା  । ଭ୍ୟାନ୍ ଟି ଭାରସାମ୍ୟ ହରାଇ ରାସ୍ତା ପାଶ୍ୱର୍କୁ ଓଲଟି ପଡିଥିଲା  । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment