ଓଡ଼ିଶା ସମାଚାର

କୋଷ୍ଟାଲ ହାଇୱେ ପ୍ରକଳ୍ପ ନେଇ ରାଜନୀତି

 Breaking News
  • ସଫଳ ହେଲା ନବୀନଙ୍କ ମହିଳା କାର୍ଡ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଲଗାତାର ପଂଚମ ଥର ବିଜୟ ବାନା ଉଡ଼ାଇଛନ୍ତି ନବୀନ ପଟ୍ଟନାୟକ । ଦେଶବ୍ୟାପୀ ମୋଦୀ ସୁନାମୀରେ ବିରୋଧୀ ଦଳଗୁଡ଼ିକ ଧରାଶାୟୀ ହୋଇପଡ଼ିଥିଲା ବେଳେ ନବୀନ କିନ୍ତୁ ମୋଦୀଙ୍କୁ ସମ୍ପୂର୍ଣ୍ଣ ନିରାଶ କରିଛନ୍ତି । ପ୍ରାୟ ୧୧୦...
  • ବହୁ ହେଭିୱେଟ୍ ନେତା ଚିତ୍ ପଟାଙ୍ଗ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ବହୁ ହେଭିୱେଟ୍ ନେତା ସେମାନଙ୍କ ଭାଗ୍ୟପରୀକ୍ଷା କରୁଥିଲେ । ହେଲେ ଜନାଦେଶ ସେମାନଙ୍କ ବିପକ୍ଷରେ ଯିବାରୁ ସେମାନେ ପରାଜୟର ସାମ୍ନା କରିଛନ୍ତି । ଏମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ...
  • ୨ଟି ଆସନରୁ ବିଜୟୀ ହେଲେ ନବୀନ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ରାଜନୈତିକ କ୍ୟାରିୟରର ଦୀର୍ଘବର୍ଷ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ୨୦୦୦ ମସିହାରୁ ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...
  • ଓଡ଼ିଶାବାସୀଙ୍କଠାରେ ଗଭୀର କୃତଜ୍ଞତା ଜଣାଉଛି:ନବୀନ ପଟ୍ଟନାୟକ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ଓଡ଼ିଶାବାସୀ ବିଜେଡ଼ି ଦଳକୁ ଆଶୀର୍ବାଦ କରି କ୍ଷମତାକୁ ପଂଚମ ଥର ପାଇଁ ଆଣିଥିବାରୁ ସେମାନଙ୍କ ପାଖରେ ମୁଁ ଗଭୀର କୃତଜ୍ଞତା ଜଣାଉଛି । ଏହା ବ୍ୟତୀତ ଦଳକୁ ବିଜୟୀ କରିବା କ୍ଷେତ୍ରରେ ପ୍ରମୁଖ...
  • ବାତ୍ୟା ପ୍ରପିଡିତ ଜନତାଙ୍କ ସେବାରେ ରେଡକ୍ରସ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ପ୍ରାୟ ୨୦ ଦିନ ତଳେ  ଓଡିଶା ଉପକୁଳରେ ବିଭୀଷିକାର ତାଣ୍ଡବ ରଚିଥିଲା ବାତ୍ୟା ଫନି । ଘର ଦ୍ୱାର,  ବଡ ବଡ ଗଛ, ପନିପରିବା, ପାନ ଚାଷ, ଛତୁ ଚାଷ, ପ୍ରାକୃତିକ ଜଙ୍ଗଲ ଓ ବନ୍ୟଜନ୍ତୁ...
February 14
08:23 2019

BJD Pressmeet
ଭୁବନେଶ୍ୱର, ୧୪/୦୨/୨୦୧୯(ଓଡ଼ିଶା ସମାଚାର)-ପ୍ରସ୍ତାବିତ କୋଷ୍ଟାଲ ହାଇୱେ ପ୍ରକଳ୍ପ ଗଞ୍ଜାମ ଜିଲ୍ଲାର ଗୋପାଳପୁର ଠାରୁ ଦୀଘା ପର୍ଯ୍ୟନ୍ତ ନିର୍ମାଣ କରିବା ପାଇଁ ତକ୍ରାଳୀନ କେନ୍ଦ୍ର ସଡ଼କ, ପରିବହନ, ରାଜପଥ ଓ ଜାହାଜ ଚଳାଚଳ ମନ୍ତ୍ରୀ ନୀତିନ ଜୟରାମ ଗଡ଼କରୀ ପିପିଲି ଟୋଲ ଗେଟ ଠାରେ ୯/୭/୨୦୧୫ ତାରିଖ ଶୁକ୍ରବାର ଦିନ ଭୁବନେଶ୍ୱର-ପୁରୀ ୪ଲେନ ବିଶିଷ୍ଟ ଜାତୀୟ ରାଜପଥକୁ ଉଦଘାଟନ ବେଳେ ଘୋଷଣା କରିଥିଲେ । ସେ କହିଥିଲେ ଯେ ଏହି କୋଷ୍ଟାଲ ହାଇୱେ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୫ ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି । ଭୁବନେଶ୍ୱର-ପୁରୀ ୪ଲେନ ବିଶିଷ୍ଟ ରାସ୍ତା ନିର୍ମାଣ ୨୦୧୧ରୁ ଆରମ୍ଭ ହୋଇ ୨୦୧୫ରେ ଶେଷ ହୋଇଛି । ଏହି ରାସ୍ତା ୬୭.୨ କିମି ପରିବ୍ୟାପ୍ତ ବୋଲି ସେ ଘୋଷଣା କରିଥିଲେ । ଶ୍ରୀ ଗଡ଼କରୀ ଚନ୍ଦନପୁର-ରାମେଶ୍ୱର ଜଗନ୍ନାଥ ସଡ଼କକୁ ଜାତୀୟ ରାଜପଥ ଭାବେ ଘୋଷଣା କରି ଖୁବଶୀଘ୍ର ଏହାର ଉନ୍ନତିକରଣ ଆରମ୍ଭ ହେବ ବୋଲି ପ୍ରକାଶ କରିଥିଲେ । କିନ୍ତୁ ଦୁର୍ଭାଗ୍ୟର କଥା, ପୁରୀ ଠାରୁ ଭୁବନେଶ୍ୱର ମଙ୍ଗଳାଘାଟ ଦେଇ ଷ୍ଟରଲିଂ ପର୍ଯ୍ୟନ୍ତ ଏହି ପ୍ରସ୍ତାବିତ ୬୭.୨ କିମି ରାସ୍ତା ଆଜି ମଧ୍ୟ ପୂର୍ଣ୍ଣାଙ୍ଗ ହୋଇନାହିଁ । ଡାହା ମିଛର ଆଶ୍ରୟ ନିଜର ରାଜନୈତିକ ପତିଆରା ଜାହିରି କରିବା ପାଇଁ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନଏଚଏଆଇ କର୍ତୃପକ୍ଷଙ୍କୁ ବ୍ୟବହାର କରୁଛନ୍ତି, ତା’ର ଜବାବ ଓଡ଼ିଶାବାସୀ ଠିକଣା ସମୟରେ ଦେବେ ବୋଲି  ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ସାଧାରଣ ସଂପାଦକ ସଂଜୟ କୁମାର ଦାସବର୍ମା କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସଂପାଦକ ବିଜୟ ନାୟକ ଓ ମୁଖପାତ୍ର ଡ. ସସ୍ମିତ ପାତ୍ର ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment