ଓଡ଼ିଶା ସମାଚାର

୧୧ତମ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
୧୧ତମ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
February 25
06:53 2019

ଭୁବନେଶ୍ୱର,୨୫/୦୨/୨୦୧୯ (ଓଡ଼ିଶା ସମାଚାର)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ୧୧ତମ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଟ୍ରେନର ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ ପଶ୍ଚିମ ବଙ୍ଗ ଓ ଆସାମ ଗସ୍ତରେ ଯିବ । ଉପକୂଳ ଜିଲ୍ଲା, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଧା ଓ ପୁରୀ ଜିଲ୍ଲାର ୯୬୪ ଜଣ ବରିଷ୍ଠ ନାଗରିକ ମାନେ ଏହି ଟ୍ରେନରେ ଯାତ୍ରା କରିଛନ୍ତି । ଉକ୍ତ ଯାତ୍ରାର ଅବଧି ତା ୨୪.୦୨.୨୦୧୯ ରୁ ଅୋରମ୍ଭ ହୋଇ ତା.୧.୩.୨୦୧୯ ରିଖରେ ଶେଷ ହେବ  । ଉକ୍ତ ଶୁଭାରମ୍ଭ ଉତ୍ସବରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ, ପର୍ଯ୍ୟଟନ ବିଭାଗ ଶାସନ ସଚିବ, ପର୍ଯ୍ୟଟନ ବିଭାଗ ନିର୍ଦ୍ଧେଶକ, ପର୍ଯ୍ୟଟନ ବିଭାଗର ଅନ୍ୟାନ୍ୟ କର୍ମକର୍ତା, ପର୍ଯ୍ୟଟନ ଉନ୍ନୟନ ନିଗମର ବରିଷ୍ଠ କର୍ମକର୍ତା ସହିତ ଆଇ.ଆର.ସି.ଟିର କର୍ମକର୍ତାମାନେ ଉପସ୍ଥିତ ଥିଲେ  । ଏହି ଅବସରରେ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ । ଉଲ୍ଲେଖନୀୟ ଯେ ରାଜ୍ୟର ଆର୍ଥôକ ଅନଗ୍ରସର ଦାରିଦ୍ର୍ୟ ସୀମାରେଖା ତଳେ ରହିଥିବା ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣର ସୁବିଧା ନିମନ୍ତେ ରାଜ୍ୟ ସରକାର ୨୦୧୬ ମସିହାରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରଣୟନ କରିଅଛନ୍ତି  । ଏହି ଯୋଜନା ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଆଇ.ଆର.ସି.ଟିର ସହଯୋଗରେ କାର୍ଯ୍ୟକାରୀ ହେଉଅଛି  । ପର୍ଯ୍ୟଟନ ବିଭାଗ ତରଫରୁ ଆର୍ଥିକ ବର୍ଷ ୨୦୧୬-୧୭, ୨୦୧୭-୧୮ ଏବଂ ୨୦୧୮-୧୯ରେ ଏହି ତୀର୍ଥଯାତ୍ରା ମାଧ୍ୟମରେ ୧୦ଟି ପର୍ଯ୍ୟାୟରେ ପାଖାପାଖି ୧୦,୦୦୦ ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ସୁଯୋଗ ଲାଭ କରିଛନ୍ତି  । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment