ଓଡ଼ିଶା ସମାଚାର

ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
March 26
12:52 2019

ମାଲକାନଗିରି,୨୬/୦୩/୨୦୧୯ (ଓଡ଼ିଶା ସମାଚାର)-ମାଲକାନଗିରି ଜିଲ୍ଲା ଓର୍କେଲ ଥାନା ଅନ୍ତର୍ଗତ କୁଡ଼ୁମୁଲୁଗୁମ୍ମା ଫାଣ୍ଡି ଏଏସଆଇ ବାଲାଜୀ ନାୟକ ଏକ ଗଣ୍ଡଗୋଳ ମାମଲାର ସମାଧାନ ଓ ଅଭିଯୁକ୍ତକୁ ଗିରଫ ନକରିବା ପାଇଁ ୬ ହଜାର ଟଙ୍କା ଲାଂଚ ନେଉଥିବା ବେଳେ ମାଲକାନଗିରି ଭିଜିଲାନ୍ସ ଟିମ୍ ହାତରେ ଧରାପଡିଛନ୍ତି  । କୁଡ଼ୁମୁଲୁଗୁମ୍ମା ନିକଟସ୍ଥ ଏକ ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ସାମାନ୍ୟ ବଚସାକୁ ନେଇ ଗଣ୍ଡଗୋଳ ହୋଇଥିଲା  । ଏନେଇ ଉଭୟ ପକ୍ଷରୁ କୁଡ଼ୁମୁଲୁଗୁମ୍ମା ଫାଣ୍ଡିରେ ପୃଥକ୍ ପୃଥକ୍ ଏତଲା ଦାୟର୍ ହୋଇଥିଲା  । ଗତକାଲି ଏଏସଆଇ ଶ୍ରୀ ନାୟକ ଉଭୟ ପକ୍ଷଙ୍କୁ ଫାଣ୍ଡିକୁ ସମାଧାନ ପାଇଁ ଡକାଇଥିଲେ  । ଉଭୟ ପକ୍ଷଙ୍କୁ ଗିରଫ ନ କରି ମାମଲାର ଫଇସଲା କରାଇଦେବା ନିମନ୍ତେ ୬ ହଜାର ଟଙ୍କା ଲାଂଚ ମାଗିଥିଲେ  । ଏ ସମ୍ପର୍କରେ ଗ୍ରାମବାସୀ ମାଲକାନଗିରି ଭିଜିଲାନ୍ସ ଡିଏସପି ଶରତ ଚନ୍ଦ୍ର ସାହୁଙ୍କୁ ଜଣାଇଥିଲେ  । ପରେ ଫାଣ୍ଡି ପରିସରରେ ଏଏସଆଇ ଶ୍ରୀ ନାୟକ ୬ ହଜାର ଟଙ୍କା ଲାଂଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଟିମ୍ ଚଢ଼ଉ କରି ତାଙ୍କ ନିକଟରୁ ଏହି ଟଙ୍କା ଜବତ କରିବା ସହ ଘଟଣାରେ ତାଙ୍କୁ ଗିରଫ କରି ମାଲକାନଗିରି ଆଣିଥିଲେ  । ପଚରା ଉଚୁରା ପରେ ତାଙ୍କୁ ଜୟପୁର ସ୍ଥିତ ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଛି  । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment