ଓଡ଼ିଶା ସମାଚାର

ମଣ୍ଡାସାହି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ୨୦୧୯ ସ୍ୱଚ୍ଛତା ପକ୍ଷ ପାଳନ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
ମଣ୍ଡାସାହି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ୨୦୧୯ ସ୍ୱଚ୍ଛତା ପକ୍ଷ ପାଳନ
April 02
07:22 2019

ଜଗତସିଂହପୁର, ୦୨/୦୪/୨୦୧୯ (ଓଡ଼ିଶା ସମାଚାର/ଲିଲନ ପ୍ରଭା ପାଢୀ)-  ଜଗତସିଂହପୁର ବ୍ଲକ ଅନ୍ତର୍ଗତ ମଣ୍ଡାସାହି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ୨୦୧୯ ସ୍ୱଚ୍ଛତା ପକ୍ଷ ପାଳନ ଶୁଭାରମ୍ଭ କରିଛି । ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡଃ ସୁଧାଂଶୁ ଶେଖର ନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱଚ୍ଛତା ପକ୍ଷ ପାଳନ ଅବସରରେ ମୁଖ୍ୟ ଅତିଥି ଏଡିଏମଓ (ପିଏଚ)ଜଗତସିଂହପୁର ଡଃ ବସନ୍ତ କୁମାର ବାରିକ ଯୋଗଦେଇ ଗୋଷ୍ଠି କେନ୍ଦ୍ରର କାର୍ଯ୍ୟରତ ସମସ୍ତ ଡାକ୍ତ ଓ କର୍ମଚାରୀ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଶପଥ ପାଠ କରିଛନ୍ତି । କେଉଁ କାର୍ଯ୍ୟକ୍ରମକୁ କିଭଳି ଭାବେ କରାଯିବ ଓ କିଏ ଦାୟିତ୍ୱରେ ରହିବେ ତାର ବ୍ୟବସ୍ଥା କରାଯାଇଥିଲା । ମଣ୍ଡାସାହି ଅଂଚଳର ଏକ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମୋ ଗାଁ ମୋ ସ୍ୱପ୍ନ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ସମ୍ମତି ପ୍ରଦାନ କରିଛି । ଏହି ସ୍ୱଚ୍ଛତା କାର୍ଯ୍ୟକ୍ରମ ୧୪ଦିନ ବ୍ୟାପି ଅନୁଷ୍ଠିତ ହେବ । ମଣ୍ଡାସାହି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ସ୍ୱଚ୍ଛ ଭାରତ ମିଶନର ଡାକ୍ତରଖାନାର ସ୍ୱଚ୍ଛତା ବଜାୟ ରଖିବା ପାଇଁ ଲଗାତାର ୩ବର୍ଷ ଧରି କାୟା କଳ୍ପ ପୁରସ୍କାର,ରାଜ୍ୟ ପ୍ରଦୂଷଣ ବୋର୍ଡ ଦ୍ୱାରା ପୁରସ୍କୃତ ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ମଧ୍ୟ ପୁରସ୍କୃତ ହୋଇଛନ୍ତି । ଏହି କାର୍ଯ୍ୟକ୍ରମକୁ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ସମସ୍ତ କର୍ମକର୍ତା ପରିଚାଳନାରେ ସହାୟତା କରିଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment