ଓଡ଼ିଶା ସମାଚାର

ସମସ୍ତଙ୍କୁ ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଜରୁରୀ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
April 07
23:36 2019

Health Right Campaign
ଭୁବନେଶ୍ୱର, ୦୭/୦୪/୨୦୧୯ (ଓଡ଼ିଶା ସମାଚାର)- ସ୍ୱାସ୍ଥ୍ୟ ଅଧିକାର ଫୋରମ ତରଫରୁ ସମସ୍ତଙ୍କୁ ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଦାବିରେ ସ୍ୱାସ୍ଥ୍ୟ ଅଧିକାର ଅଭିଯାନର ଶୁଭାରମ୍ଭ ସ୍ଥାନୀୟ ହୋଟେଲ ସୁତୃପ୍ତିଠାରେ ଅନୁଷ୍ଠିତ ହୋଇଯାଇଅଛି । ବିଶେଷ ଭାବରେ ସ୍ୱାସ୍ଥ୍ୟ ସମସ୍ୟାର ଦୂରୀକରଣ ଓ ଜନସାଧାରଣଙ୍କୁ ସ୍ୱାସ୍ଥ୍ୟର ଅଧିକାର ସମ୍ପର୍କରେ ଜଣାଇବା ପାଇଁ ଏହି ଅଭିଯାନ ରାଜ୍ୟର ୩୦ଗୋଟି ଜିଲ୍ଳାରେ କାର୍ଯ୍ୟ କରିବ ବୋଲି ଜନସ୍ୱାସ୍ଥ୍ୟ ଅଭିଯାନ ଓଡ଼ିଶାର ଆବାହକ ଗୌରାଙ୍ଗ ଚନ୍ଦ୍ର ମହାପାତ୍ର କହିଛନ୍ତି । ରାଜନୈତିକ ଦଳମାନେ ସ୍ୱାସ୍ଥ୍ୟ ଭଳି ପ୍ରମୁଖ ଅଙ୍ଗକୁ ନିର୍ବାଚନୀ ଇସ୍ତାହାରରେ ସ୍ଥାନ ଦେବା ଓ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ ପୂର୍ବତନ ବରିଷ୍ଠ ପ୍ରଶାସକ ଅରବିନ୍ଦ ବେହେରା । ଉକ୍ତ ଅଭିଯାନରେ ଅତିଥି ଭାବରେ ଗୌରୀଶ୍ୟାମ ପଣ୍ଡା, ସନ୍ତୋଷ ପାତ୍ର, ପ୍ରଭାସ ମିଶ୍ର ପ୍ରମୁଖ ଯୋଗଦାନ କରିଥିଲେ । ଅତିଥିମାନେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଏକ ପୋଷ୍ଟର ଓ ସେଲ୍ଫି କର୍ଣ୍ଣର ‘ପେ ମାଇଁ ବିଲ୍’କୁ ଉଦ୍ଘାଟନ କରିଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment