ଓଡ଼ିଶା ସମାଚାର

ଶୃଙ୍ଖଳା ଶିକ୍ଷାର୍ଥୀ ଜୀବନର ପଥ ପ୍ରଦର୍ଶକ – ମାହାଳହାଟ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ

 Breaking News
  • ବହୁ ହେଭିୱେଟ୍ ନେତା ଚିତ୍ ପଟାଙ୍ଗ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ବହୁ ହେଭିୱେଟ୍ ନେତା ସେମାନଙ୍କ ଭାଗ୍ୟପରୀକ୍ଷା କରୁଥିଲେ । ହେଲେ ଜନାଦେଶ ସେମାନଙ୍କ ବିପକ୍ଷରେ ଯିବାରୁ ସେମାନେ ପରାଜୟର ସାମ୍ନା କରିଛନ୍ତି । ଏମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ...
  • ୨ଟି ଆସନରୁ ବିଜୟୀ ହେଲେ ନବୀନ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ରାଜନୈତିକ କ୍ୟାରିୟରର ଦୀର୍ଘବର୍ଷ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ୨୦୦୦ ମସିହାରୁ ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...
  • ଓଡ଼ିଶାବାସୀଙ୍କଠାରେ ଗଭୀର କୃତଜ୍ଞତା ଜଣାଉଛି:ନବୀନ ପଟ୍ଟନାୟକ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ଓଡ଼ିଶାବାସୀ ବିଜେଡ଼ି ଦଳକୁ ଆଶୀର୍ବାଦ କରି କ୍ଷମତାକୁ ପଂଚମ ଥର ପାଇଁ ଆଣିଥିବାରୁ ସେମାନଙ୍କ ପାଖରେ ମୁଁ ଗଭୀର କୃତଜ୍ଞତା ଜଣାଉଛି । ଏହା ବ୍ୟତୀତ ଦଳକୁ ବିଜୟୀ କରିବା କ୍ଷେତ୍ରରେ ପ୍ରମୁଖ...
  • ବାତ୍ୟା ପ୍ରପିଡିତ ଜନତାଙ୍କ ସେବାରେ ରେଡକ୍ରସ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ପ୍ରାୟ ୨୦ ଦିନ ତଳେ  ଓଡିଶା ଉପକୁଳରେ ବିଭୀଷିକାର ତାଣ୍ଡବ ରଚିଥିଲା ବାତ୍ୟା ଫନି । ଘର ଦ୍ୱାର,  ବଡ ବଡ ଗଛ, ପନିପରିବା, ପାନ ଚାଷ, ଛତୁ ଚାଷ, ପ୍ରାକୃତିକ ଜଙ୍ଗଲ ଓ ବନ୍ୟଜନ୍ତୁ...
  • ପଶୁ-ପକ୍ଷୀଙ୍କ ପାଇଁ ଜଳ ଯୋଗାଣ   ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ବାତ୍ୟା ପର ର ରାଜଧାନୀ ବୃକ୍ଷ ଓ ଛାଇ ଶୂନ୍ୟ ହୋଇଛି । ଆକାଶରୁ ନିଆଁ ଝୁଲ ଭଳି ରୌଦ୍ରତାପରେ ସନ୍ତୁଳି ହେଉଛି ଜୀବନ । ଦିନ ୧୧ଟା ବେଳକୁ ରାସ୍ତାଘାଟ ଜନଶୂନ୍ୟ ହୋଇଯାଉଛି...
April 22
21:00 2019

Tarpur Photo 22 April Saraswati Sisu Mandir

ତାରପୁର, ୨୨/୦୪/୨୦୧୯ ( ଓଡ଼ିଶା ସମାଚାର)- ନିଶ୍ଚିନ୍ତକୋଇଲି ବ୍ଲକ୍ ଉତରକୂଳ ପଂଚାୟତ ମୁଗୁରିଆ ମାହାଳହାଟସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୨୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଗୁରୁଜୀ ପ୍ରଦୀପ୍ତ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ରଘୁନାଥପୁର ଏବିଇଓ ନରହରୀ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୃଙ୍ଖଳା ଶିକ୍ଷାର୍ଥୀର ପଥ ପ୍ରଦର୍ଶକ ବୋଲି ଉପସ୍ତିତ ଛାତ୍ର ଛାତ୍ରୀଙ୍କୁ ଦିଗଦର୍ଶନ ଦେଇଥିଲେ । ଏହି କ୍ରମରେ ପ୍ରତ୍ୟେକ ଶୃଙ୍ଖଳିତ ହେଲେ ସମାଜ ଶୃଙ୍ଖଳିତ ହେବା ସହ ଶିକ୍ଷାର୍ଥୀମାନଙ୍କୁ ଶିର୍ଷ ସ୍ଥାନରେ ପହଂଚାଇବା ପାଇଁ ବାଟ କଢ଼ାଇବ ବୋଲି  ମିଶ୍ର ବକ୍ତବ୍ୟ ରଖିଥିଲେ । ପୂର୍ବତନ ଶିକ୍ଷାବିତ ପ୍ରଦୀପ୍ତ କୁମାର ସିଂ ମୁଖ୍ୟବକ୍ତା , ଟାଟା ମୋଟର୍ସର ଟିଏସଏମ ଶିତେଷ କୁମାର ପାଣ୍ଡେ ଓ ବିଏସଏମ ଚନ୍ଦନ କୁମାର ପଣ୍ଡା , ଅଲ ଓଡ଼ିଶା ଆଇନଜୀବୀ ସଂଘର ସମ୍ବାଦକ ସରୋଜ କୁମାର ପାଣିଗ୍ରାହୀ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ବହୁ ଶିଖଣିୟ ଉପଦେଶ ପ୍ରଦାନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଆଲୋକ ବିହାରୀ ଆଚାର୍ଯ୍ୟ ବାର୍ଷିକ ବିବରଣୀ ପାଠ କରିବା ସହ ନିଜର ଅଭିଭାଷଣ ରଖିଥିଲେ । ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।  ଧନ୍ୟବାଦ ଅର୍ପଣ ପରେ ଛାତ୍ର ଛାତ୍ରୀଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ଏହି କାର୍ଯ୍ୟକ୍ରମରେ ସମସ୍ତ ଗୁରୁମା ଗୁରୁଜୀ ଓ କର୍ମଚାରୀମାନେ ସହଯୋଗ କରିଥିବାବେଳେ  ଅଭିଭାବକ ଓ ସ୍ଥାନୀୟ ଅଧିବାସୀ ଉପସ୍ଥିତ ଥିଲେ ।  ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment