ଓଡ଼ିଶା ସମାଚାର

ଦୁର୍ଘଟଣାରେ ବ୍ୟବସାୟୀଙ୍କ ମୃତ୍ୟୁ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
May 04
20:18 2019

Accident

ବିରିଡି, ୦୪/୦୫/୨୦୧୯ ( ଓଡ଼ିଶା ସମାଚାର)- ବିରିଡି ଥାନା ଅନ୍ତର୍ଗତ ବୁଢାପଡା ପଂଚାୟତ ଅନନ୍ତ ବ୍ରହ୍ମପୁର ଗ୍ରାମର ବିଶିଷ୍ଠ ବ୍ୟବସାୟୀ ଧିରେନ୍ଦ୍ର କୁମାର ପାଣିଗ୍ରାହୀ(୫୮)ଙ୍କ ଗତକାଲି ଏକ ସଡକ ଦୁର୍ଘଟଣାରେ ମୃତୁ୍ୟ ଘଟିଛି । ଅପରାହ୍ନ ୪.୩୦ରେ ଘରୁ ବାହାରି ତାଙ୍କ ସ୍କୁଟି ଗାଡିରେ ବିରିଡି ଛକ ଆଡକୁ ଯାଉଥିଲେ ବେଳେ ରାସ୍ତା ପାର ହେବା ସମୟରେ ଜଗତସିଂହପୁର ଆଡୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରାଭେରା ଗାଡିଟି ମଝି ରାସ୍ତାରେ ଧକା ଦେଇଥିଲା  । ଫଳରେ ସ୍କୁଟି ଗାଡିଟି ଭାଙ୍ଗିରୁଜି ଯିବା ସହିତ ଶ୍ରୀ ପାଣିଗ୍ରାହୀଙ୍କ ଦୁଇ ଗୋଡ ଓ ଅଂଟାରେ ଶକ୍ତ ଆଘାତ ଲାଗିବା ସହ ଛାତିରେ ମଧ୍ୟ ଆଘାତ ହୋଇଥିଲା । ସ୍ଥାନୀୟ ଲୋକେ ତାଙ୍କୁ ମେଡିକାଲ ପଠାଇ ଦେଇଥିଲେ  । ହେଲେ ମେଡିକାଲରେ ପ୍ରାଥମିକ ଚିକିତ୍ସା ପୂର୍ବରୁ ତାଙ୍କର ପ୍ରାଣହାନୀ ଘଟିଥିଲା । ତାଙ୍କ ବିୟୋଗରେ ଅଂଚଳରେ ଶୋକ ପ୍ରକାଶ ପାଇଛି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment