ଓଡ଼ିଶା ସମାଚାର

୧୯ ତାରିଖରେ ହେବକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ ସ୍ଥଗିତ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
May 06
23:57 2019

ପାଟକୁରା,୦୬/୦୫/୨୦୧୯ ( ଓଡ଼ିଶା ସମାଚାର)-ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ ସ୍ଥଗିତ ରହିଲା । ପାଟକୁରା ବିଧାନସଭା  ନିର୍ବାଚନ ପାଇଁ ବିଜୁ ଜନତା ଦଳରୁ ପ୍ରାର୍ଥୀ ହୋଇଥିବା ପାଟକୁରା ବିଧାୟକ ଦେବପ୍ରକାଶ ଅଗ୍ରୱାଲାଙ୍କ ପରଲୋକ ଘଟିବାରୁ ବିଧାନସଭା ନିର୍ବାଚନ ସ୍ଥଗିତ ରଖାଯାଇଥିଲା । ପରେ ଆସନ୍ତା ୧୯ ତାରିଖରେ ନିର୍ବାଚନ ହେବାକୁ ତାରିଖ ସ୍ଥିର କରି ଗତ ୧ ତାରିଖରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଶେଷ ଦିବସ ଥିଲା ।Vote ତଦନୁଯାୟୀ ବିଜୁ ଜନତା ଦଳ ରୁ ପରଲୋକଗତ ବିଧାୟକ ବେଦପ୍ରକାଶ ଅଗ୍ରୱାଲାଙ୍କ ପତ୍ନୀକୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା ଓ ସେ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । କିନ୍ତୁ ହଠାତ ଫୋନି ନାମକ ଏକ ସାମୁଦ୍ରିକ ଝଡ଼ ଦେଖାଦେବାକୁ ପାଟକୁରା ବିଧାନସଭା ନିର୍ବାଚନ ଘୁଂଚାଇ ଦେବାକୁ ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ମୁଖ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଦାବି କରିଥିଲେ । ପରେ ମହାବାତ୍ୟା ଘଟି ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି କରିଥିବାରୁ ରାସ୍ତା ଘାଟରେ ପଡ଼ିଥିବା ଗଛ ସବୁ ବର୍ତମାନ ସୁଦ୍ଧା ସଫା କରାଯାଇ ପାରିନାହିଁ । ରିଲିଫ ବଂଟନ କାର୍ଯ୍ୟରେ ପ୍ରଶାସନ ବ୍ୟସ୍ତ ରହିଛି ।  ବିଦ୍ୟୁତ ସେବା ସ୍ୱଭାବିକ ହୋଇ ପାରିନାହିଁ । ଅନ୍ୟ ପକ୍ଷରେ ମୁସଲମାନ ସମ୍ପ୍ରଦାୟଙ୍କର ରମଜାନ ମାସ ଆରମ୍ଭ ହୋଇଯାଇଛି । ଏହା ୧ ମାସ ଧରି ଚାଲିବ । ଏହି ପରିପ୍ରେକ୍ଷିରେ ରିଟର୍ଣ୍ଣଂ ଅଫିସର ଏହି ନିର୍ବାଚନକୁ  ଅତି କମ ରେ ୨ ମାସ ଘୁଂଚାଇ ଦେବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିବେଦନ କରିଥିଲେ । ଏହାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ମୁଖ୍ୟ ନିର୍ବାଚନ କମିଶନକୁ ସୁପାରିଶ କରିଥିଲେ । ଏହାକୁ ବିଚାର କରି ମୁଖ୍ୟ ନିର୍ବାଚନ କମିଶନ ଆସନ୍ତା ୧୯ ତାରିଖରେ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ କୁ ସ୍ଥଗିତ ରଖିଛନ୍ତି । ଦୁଇମାସ ପରେ ପୁଣି ନିର୍ବାଚନ ତାରିଖ ଘୋଷଣା କରାଯିବ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment