ଓଡ଼ିଶା ସମାଚାର

ଫୋନି ପ୍ରଭାବିତ ପୁରୀ ଜିଲ୍ଲାର ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକରେ କେନ୍ଦ୍ରମନ୍ତ୍ରୀ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
ଫୋନି ପ୍ରଭାବିତ ପୁରୀ ଜିଲ୍ଲାର ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକରେ କେନ୍ଦ୍ରମନ୍ତ୍ରୀ
May 07
21:09 2019

ଦୁର୍ଦଶାଗସ୍ତ ଲୋକଙ୍କ ସମସ୍ୟା ସିଧା କଥା ହୋଇ ବୁଝିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବ୍ରହ୍ମଗିରି/ଭୁବନେଶ୍ୱର, ୦୭/୦୫/୨୦୧୯ (ଓଡ଼ିଶା ସମାଚାର)-.ପ୍ରଳୟଙ୍କରୀ ବାତ୍ୟା ଫୋନି ର ତାଣ୍ଡବରେ ଅଧିକ କ୍ଷତିଗ୍ରସ୍ତ ପୁରୀ ଜିଲ୍ଲାର ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ଅଂଚଳ ଆଜି ବୁଲି ଦେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଫୋନି ପ୍ରଭାବରେ ୧୪ ଜିଲ୍ଲା ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ପୁରୀ ଜିଲ୍ଲାରେ ଫୋନିର ହୋଇଥିଲା ଲ୍ୟାଣ୍ଡଫଲ୍ । ଏପରି ଘଡିସନ୍ଧି ସମୟରେ ଓଡିଶାର ପୁନଃନିର୍ମାଣ ପାଇଁ ସମସ୍ତେ ଆଗେଇ ଆସିବାକୁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ଫୋନି ବାତ୍ୟା କ୍ଷତିଗ୍ରସ୍ତ ଅଂଚଳ ବୁଲିବା ସହ ସାଧାରଣ ଲୋକଙ୍କ ସହ ଆଲୋଚନା କରିଥିଲେ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଘରଘର ବୁଲି ଲୋକମାନଙ୍କ ସହ ବ୍ୟକ୍ତିଗତ ଆଲୋଚନା କରିବା ସହ ସେମାନଙ୍କର ସମସ୍ୟା ପଚାରି ବୁଝିଥିଲେ । ଏପରିକି ଏ ସମୟରେ ସମସ୍ତେ ଧୈର୍ଯ୍ୟ ଧରିବା ସହ ଏକାଠି ହୋଇ କାମ କରିବା ପାଇଁ ଅନୁରୋଧ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ତାଙ୍କର ଏହି ଗସ୍ତ ସମୟରେ ସ୍ଥାନୀୟ ଅଂଚଳର ମତ୍ସ୍ୟଜୀବି ମାନଙ୍କ ସହ ମଧ୍ୟ କଥା ହୋଇଥିଲେ । ଡଙ୍ଗାପାର ହୋଇ ଦୁର୍ଗମ ମହିଷା ଓ ବ୍ରହ୍ମପୁର ଗ୍ରାମବାସୀଙ୍କୁ ଭେଟ କରିବା ସହ ସେମାନଙ୍କ କଥା ପଚାରି ବୁଝିଥିଲେ । Brahmagiri (1)
ବାତ୍ୟା ଫୋନିର ତାଣ୍ଡବଲୀଳାକୁ ମୁକାବିଲା କରିବା ପାଇଁ କେନ୍ଦ୍ର ସରକାର ସମସ୍ତ ପଦକ୍ଷେପ ନେଇଥିବା କଥା କହିଛନ୍ତି ଶ୍ରୀ ପ୍ରଧାନ । ପୂର୍ବରୁ ୩୪୧ କୋଟି ଏବେ ୧୦୦୦ କୋଟିର ଅତିରିକ୍ତ ସହାୟତା ଘୋଷଣା କରିଛନ୍ତି । ଓଡିଶାର ପୁନଃନିର୍ମାଣ ପାଇଁ ଅର୍ଥର ଅଭାବ ରହିବ ନାହିଁ ବୋଲି ଶ୍ରୀ ପ୍ରଧାନ କହିବା ସହ ଯୁଦ୍ଧକାଳୀନ ଭିତିରେ ପୁନଃନିର୍ମାଣ କାମ କରିବା ପାଇଁ ସେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି । ଏହା ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଓଡିଶାର ପୁନଃନିର୍ମାଣ କାର୍ଯ୍ୟରେ କେନ୍ଦ୍ର ସରକାରଙ୍କର ବିଭିନ୍ନ ମନ୍ତ୍ରଣାଳୟ ଓ ରାଷ୍ଟ୍ରାୟତ ଉଦ୍ୟୋଗ ସହ ରାଜ୍ୟ ପ୍ରଶାସନର ସମନ୍ୱୟ ରହିବା ନେଇ ଉଭୟ ପକ୍ଷ ସହ ସେ ବାରମ୍ବାର ଆଲୋଚନା କରିଛନ୍ତି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment