ଓଡ଼ିଶା ସମାଚାର

ପିପିଲି : ଫୋନି ବାତ୍ୟାରେ ମୃତକଙ୍କ ପରିବାରକୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
ପିପିଲି : ଫୋନି ବାତ୍ୟାରେ ମୃତକଙ୍କ ପରିବାରକୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ
May 09
06:47 2019

                               
ଭୁବନେଶ୍ୱର,୦୯/୦୫/୨୦୧୯ (ଓଡ଼ିଶା ସମାଚାର)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାତ୍ୟା ଫୋନି ପ୍ରଭାବିତ ପିପିଲି ଅଂଚଳ ଗସ୍ତ କରି ବାତ୍ୟା ବିପନ୍ନଙ୍କୁ ଭେଟିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପିପିଲିର ବିଭିନ୍ନ ପଂଚାୟତକୁ ଯାଇ ସାଧାରଣ ଲୋକଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି । ଏହା ସହ ପିପିଲି ବ୍ଲକର ରୂପଦେଇପୁର ପଂଚାୟତରେ ଫୋନି ବାତ୍ୟାରେ ମୃତ୍ୟୁବରଣ କରିଥିବା ହରମୋହନ ଜେନାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଥିଲେ ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏପରି ସମୟରେ ଧୈର୍ଯ୍ୟର ସହ ପରିସ୍ଥିତିକୁ ମୁକାବିଲା କରିବା ପାଇଁ କହିବା ସହ ଏପରି ସମୟରେ ସମସ୍ତେ ଏକାଠି ହୋଇ କାମ କରିବାକୁ ପରାମର୍ଶ ଦେଇଛନ୍ତି ।
ଶ୍ରୀ ପ୍ରଧାନ କହିଛନ୍ତି ଯେ, ଫୋନିର ତାଣ୍ଡବ ପରେ ସ୍ଥିତିର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି । ଓଡିଶାର ପୁନଃରୁଦ୍ଧାର ପାଇଁ ଅର୍ଥ ବାଧକ ସାଜିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିବା ସହ ପ୍ରଥମେ ୩୪୧ କୋଟି ଓ ଏହାପରେ ୧୦୦୦ କୋଟିର ସହାୟତା ଘୋଷଣା କରିଛନ୍ତି ।Dharmendra 1
ଶ୍ରୀ ପ୍ରଧାନ ଆହୁରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଓଡିଶାର ପୁନଃନିର୍ମାଣ ଉପରେ ନଜର ରଖିଛନ୍ତି ।   ଏନେଇ ତାଙ୍କ ସହ ଦୀର୍ଘସମୟ ଟେଲିଫୋନରେ କଥା ହୋଇଥିବା କଥା ପ୍ରକାଶ କରିଛନ୍ତି । ସେହିପରି ରେଳ, ପେଟ୍ରୋଲିୟମ, ଏନଏଚ ପରି ମନ୍ତ୍ରଣାଳୟ ତାଙ୍କର କାମକୁ କ୍ଷୀପ୍ର କରିଛନ୍ତି । ଖୁବଶୀଘ୍ର ସ୍ଥିତିରେ ସୁଧାର ଆସିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ରିଲିଫ ଠାରୁ ଆରମ୍ଭ କରି ଆନୁଷଙ୍ଗିକ ସୁବିଧା ଯୋଗାଇବା ପାଇଁ ସେ ରାଜ୍ୟ ମୁଖ୍ୟଶାସନ ସଚିବଙ୍କ ସହ କଥା ହୋଇଥିବା କହିଛନ୍ତି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment