ଓଡ଼ିଶା ସମାଚାର

ମାଗଣା କିରୋସିନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩.୨୦ କୋଟି ପ୍ରଦାନ କଲା ତୈଳ ରାଷ୍ଟ୍ରାୟତ ଉଦ୍ୟୋଗ ଓଆଇଏଲ୍

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
May 14
05:00 2019

Cheque୧ ହଜାର କିଲୋ ଲିଟର (୧୦ ଲକ୍ଷ ଲିଟର )  ମାଗଣା କିରୋସିନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪/୦୫/୨୦୧୯ (ଓଡ଼ିଶା ସମାଚାର)- ଓଡିଶାରେ ସାମୁଦ୍ରିକ ଝଡ ଫନୀରେ କ୍ଷତିଗ୍ରସ୍ତ ଲୋକଙ୍କ ପାଇଁ ମାଗଣାରେ ୧ ହଜାର କିଲୋ ଲିଟର କରୋସିନ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ପତ୍ରକୁ ସ୍ୱୀକାର କରି ୧ ହଜାର କିଲୋ ଲିଟର (୧୦ ଲକ୍ଷ ଲିଟର )   କିରୋସିନ ଯୋଗାଇଦେବା ମୂଲ୍ୟସ୍ୱରୂପ ୩.୨୦ କୋଟି ଟଙ୍କାର ଚେକ୍ ତୈଳ ରାଷ୍ଟ୍ରାୟତ ଉଦ୍ୟୋଗ (ଓଆଇଏଲ୍) ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସୋମବାର ପ୍ରଦାନ କରାଯାଇଛି । ଓଆଇଏଲର ଜେନେରାଲ ମ୍ୟାନେଜର ଶ୍ରୀ ରାଜୀବ ସିଂଘଲଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳି ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ବିଷ୍ଣୁପଦ ସେଠୀଙ୍କୁ ଏହି ଚେକ୍ ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ସାମୁଦ୍ରିକ ଝଡ ଫନୀ ଗତ ୩ ତାରିଖରେ ଓଡିଶାର ପୁରୀ ଠାରେ ଲ୍ୟାଣ୍ଡଫଲ କରିଥିଲା । ଏହି ବାତ୍ୟା ପ୍ରଭାବରେ ରାଜ୍ୟର ୧୧ଟି ଜିଲ୍ଲା ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି । ତେବେ ଓଡିଶାର ଏହି ଦୁଃଖଦ ଘଡିରେ ଭାରତର ପ୍ରମୁଖ କମ୍ପାନୀ ଓଆଇଲ ବାତ୍ୟା ପ୍ରପୀଡିତଙ୍କ ସହ ଠିଆ ହୋଇଛି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment