ଓଡ଼ିଶା ସମାଚାର

ଗୋବରୀ କେନାଲ ବନ୍ଧ ସରକାରୀ ଜମିରୁ ବେଆଇନ ଗଛକଟା ଅଭିଯୋଗ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
May 15
04:51 2019

କେନ୍ଦ୍ରାପଡା ୧୫/୦୫/୨୦୧୯ (ଓଡ଼ିଶା ସମାଚାର)-ଗୋବରୀ କେନାଲ ବନ୍ଧ  ସରକାରୀ ଜମିରୁ ବେଆଇନ ଗଛ କଟା ଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ବ୍ଲକ ଅର୍ନ୍ତଗତ ଏରା ଗ୍ରାମ ନିକଟ ଗୋବରୀ କେନାଲ ବନ୍ଧରେ ଥିବା କେତେକ ମୁଲ୍ୟବାନ ଆକାଶୀ ଗଛକୁ ଏରା ଗ୍ରାମର କୃଷ୍ଣ ଚନ୍ଦ୍ର ସେଠୀଙ୍କ ପୁଅ ଜ୍ଞାନରଞ୍ଜନ ସେଠୀ କାଟି ନେଇଥିବା ସେହି ଗ୍ରାମର ନରହରି ଲେଙ୍କା କେନ୍ଦ୍ରାପଡା ବନଖଣ୍ଡ ଅଧିକାରୀଙ୍କୁ ଅଭିଯୋଗ କରିବା ପରେବି କୈାଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଏହାପରେ ଶ୍ରୀ ଲେଙ୍କା ଏସମ୍ପର୍କରେ କେନ୍ଦ୍ରାପଡା ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରି ଜଣାଇଛନ୍ତି ଯେ ଜ୍ଞାନରଞ୍ଜନ କେବଳ ବେଆଇନ ଭାବେ ଗଛ କାଟି ନାହିଁ ପରନ୍ତୁ ବର୍ଷା ସମୟରେ ଉଦବୃତ ଜଳ ନିଷ୍କାସନ ହେଉଥିବା କେନାଲ ବନ୍ଧ ନିକଟସ୍ଥ  ଚିରକାଳ ଜମି ଉପରେ ମାଟି ପକାଇ ବେଆଇନ ଭାବରେ ଘର ତିଆରି କରିବାକୁ ଚେଷ୍ଟା କରୁଛି । ଶ୍ରୀ ଲେଙ୍କାଙ୍କ ବାରଣ ସତ୍ୱେ ମଧ୍ୟ ଜ୍ଞାନରଞ୍ଜନ ଓ ତାର ଭାଇ ଜ୍ୟୋତିରଞ୍ଜନ ପୁନର୍ବାର କେନାଲ ବନ୍ଧରୁ ୨ଟି ଆକାଶୀ ଗଛ କାଟି ନେଇଥିବା ସେ ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିଛନ୍ତି । କିନ୍ତୁ ଏସମ୍ପର୍କରେ କୈାଣସି ପଦକ୍ଷେପ ଗ୍ରହଣ କରାନଯିବାରୁ ଶ୍ରୀ ଲେଙ୍କା ସୋମବାର ଜିଲ୍ଲାପାଳଙ୍କ ନିକଟରେ ସେ ସମ୍ପର୍କରେ ଅଭିଯୋଗ କରିବା ସହିତ ତୁରନ୍ତ ଘଟଣାର ତଦନ୍ତ କରାଯାଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment