ଓଡ଼ିଶା ସମାଚାର

କଳାହାଣ୍ଡିରେ କାଳବୈଶାଖୀ ର ମହାତାଣ୍ଡବ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
କଳାହାଣ୍ଡିରେ କାଳବୈଶାଖୀ ର ମହାତାଣ୍ଡବ
May 15
13:16 2019

ଜୟପାଟଣା,୧୫/୦୫/୨୦୧୯ (ଓଡ଼ିଶା ସମାଚାର / ସଂଜୟ ସିଂ)-କଳାହାଣ୍ଡି ଜିଲ୍ଲା, ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଗୋପିନାଥପୁର ପଂଚାୟତରେ ପ୍ରବଳ ଝଡ ତୋଫାନ ସହ ବର୍ଷାହୋଇ ଯାଇଛି । ଝଡ ତୋଫାନରେ ଘରର ଛପର ଓ ଆଜବେଷ୍ଟସ ଉଡେଇନେଇଛି । ଲୋକମାନେ କୌଣସି ପ୍ରକାରେ ଜୀବନ ବଂଚାଇ ଥିଲେ । ଫଳରେ କୌଣସି ଲୋକ ମୃତାହତହୋଇ ନାହାନ୍ତି କିନ୍ତୁ ଘରର ଜିନିଷପତ୍ର ଧାନ, ଚାଉଳ, କପଡା, ଛେଳି ଓ କୁକୁଡାସବୁ ନଷ୍ଟ ହୋଇଛି । ଏହି ଝଡ ତୋଫାନରେ ଗୋପିନାଥପୁର ପଂଚାୟତ ଫଟଳିମହୁଲ ଗ୍ରାମରଚିଙ୍ଗଡିଫାସର ଧନପତିମୁଦୁଲି, ରାଜନ ନାଏକ, ଲୁକୁମୁଦୁଲି, ଜଗ ଝୋଡିଆ, ଭୀମଝୋଡିଆ ଓ ବଡବଫଲା ଗ୍ରାମର ସୁନାଧର ମାଝୀ ଙ୍କ ଘର ସମ୍ପୁର୍ଣ୍ଣରୁପେ ଭାଙ୍ଗି ଯାଇଛି । ଏହି ଝଡତୋଫାନ ପରେ ବର୍ତମାନ ପର୍ଯ୍ୟନ୍ତ ସରକାରୀ ସହାୟତା ପାଇଁ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନାହିଁ ବୋଲି ଗ୍ରାମବାସୀମାନେ ପ୍ର୍ରକାଶ କରିଥିଲେ । ତେବେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ସରକାରଙ୍କ ତରଫରୁ ଶୀଘ୍ର ସହାୟତା ଯୋଗାଇ ଦେବାପାଇଁ ଗ୍ରାମବାସୀ ଜଣାଇଛନ୍ତି । ଓଡ଼ିଶା ସମାଚାରJaypatna

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment