ଓଡ଼ିଶା ସମାଚାର

ବିପ୍ଳବୀ ଧରଣୀଧରଙ୍କ ୭୫ତମ ତିରୋଧାନ ଦିବସ ପାଳିତ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
May 16
15:27 2019

Biplabi
ଭୁବନେଶ୍ୱର, ୧୬/୦୫/୨୦୧୯ (ଓଡ଼ିଶା ସମାଚାର)- କେନ୍ଦୁଝର ପ୍ରଜାମେଳିର ମହାନାୟକ ବିପ୍ଳବୀ ଧରଣୀଧର ନାଏକ (ଭୂୟାଁ) ଙ୍କ ୭୫ତମ ତିରୋଧାନ ଦିବସ ତାଙ୍କ ଭୁବନେଶ୍ୱରସ୍ଥ ଜୟଦେବ ବିହାର ନିକଟସ୍ଥ ପ୍ରତିମୂର୍ତି ନିକଟରେ ଆଜି ପ୍ରତ୍ୟୁଷରୁ ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କର ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି  । ଏହି କାର୍ଯ୍ୟକ୍ରମରେ ସୂଚନା ଲୋକସମ୍ପର୍କ ବିଭାଗ ଉପନିର୍ଦ୍ଦେଶକ ବିପୀନ ବିହାରୀ ବାରିକ, ନିଖିଳ ଭାରତ ଭୂୟାଁ ସାଂସ୍କୃତିକ ସମିତିର ସଭାପତି ଧ୍ରୁବ କାଲୋ, ସମ୍ପାଦକ ବିଜୟ ନାଏକ, କୋଷାଧ୍ୟକ୍ଷ ନିଳମଣୀ ନାଏକ, ଉକ୍ରଳ ଯାଦବ ମହାସଭା ସାଂସ୍କୃତିକ ସେଲ୍ ଅଧ୍ୟକ୍ଷ ଲକ୍ଷ୍ମୀଧର ବେହେରା, ଶ୍ରୀମତୀ ମାନସୀ ନାଏକ, ଶ୍ରୀମତୀ ବିଜୟଲକ୍ଷ୍ମୀ ନାୟକ, ହରେକୃଷ୍ଣ ମାଝି, ବିଶିକେଶନ ନାଏକ, ନବୀନ ଗୁରୁ, ଉଦୟ ପ୍ରତାପ ସିଂହ, ପୂର୍ଣ୍ଣଚନ୍ଦ୍ର ମାଝି, ମନବୋଧ ଦଣ୍ଡସେନା, ଜି.ପି. ନାୟକ, ଅରୁଣ ନାୟକ ପ୍ରମୁଖ ଉପସ୍ଥିତ ରହି ବିପ୍ଳବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ପ୍ରଦୀପ ପ୍ରଜ୍ୱଳନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସଙ୍ଗେ ସଙ୍ଗେ ଧରଣୀଧରଙ୍କ ସଂଗ୍ରାମୀ ଭୂମିକା ଓ ପରବର୍ତୀ ସମୟରେ ଆୟୁର୍ବେଦ ଚିକିତ୍ସା, ଆଧ୍ୟାତ୍ମିକ ମତବାଦ ଓ ଜୈବିକ କୃଷି ପ୍ରଚଳନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ  । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment