ଓଡ଼ିଶା ସମାଚାର

ଜାତୀୟ ଡେଙ୍ଗୁ ଦିବସ : ନିୟନ୍ତ୍ରଣ କ୍ଷେତ୍ରରେ ଓଡିଶାର ପ୍ରଦର୍ଶନ ଆଗରେ , ସଚେତନତା ଉପରେ ଗୁରୁତ୍ୱ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
ଜାତୀୟ ଡେଙ୍ଗୁ ଦିବସ : ନିୟନ୍ତ୍ରଣ କ୍ଷେତ୍ରରେ ଓଡିଶାର ପ୍ରଦର୍ଶନ ଆଗରେ , ସଚେତନତା ଉପରେ ଗୁରୁତ୍ୱ
May 16
19:52 2019

ଭୁବନେଶ୍ୱର, ୧୬/୦୫/୨୦୧୯ (ଓଡ଼ିଶା ସମାଚାର)- ଡେଙ୍ଗୁ ନିୟନ୍ତ୍ରଣ କ୍ଷେତ୍ରରେ ଓଡିଶାର ପ୍ରଦର୍ଶନ ଦେଶର ଅନ୍ୟ ୬ଟି ରାଜ୍ୟ ମଧ୍ୟରେ ସବୁଠାରୁ ଆଗରେ ରହିଛି । ଆଜି ଜାତୀୟ ଡେଙ୍ଗୁ ଦିବସ ପାଳନ ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡାଃ ପ୍ରମୋଦ କୁମାର ମେହେର୍ଦ୍ଦା ରାଜ୍ୟରେ ଡେଙ୍ଗୁ , ମ୍ୟାଲେରିଆ ଆଦି ନିୟନ୍ତ୍ରଣ ଦିଗରେ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଛନ୍ତି ।
ପ୍ରକାଶ ଥାଉକି ଦେଶରେ ୧୯୪୫ ମସିହାରୁ ଡେଙ୍ଗୁ ଚିହ୍ନଟ କରାଯାଇଛି । ୧୯୮୮ ମସିହାରେ ଏହା ପ୍ରଥମେ ଦିଲ୍ଲିରେ ମହାମାରୀ ରୂପ ଗ୍ରହଣ କରିଥିଲା । ୨୦୧୮ ମସିହାରେ ଦେଶରେ ୮୯୯୭୪ ଜଣ ଡେଙ୍ଗୁ ଆକ୍ରାନ୍ତ ହୋଇଥିବା ବେଳ୍ ୧୪୪ ଜଣଙ୍କର ମୃତ୍ୟୁ ହୋଇଥିଲା ।
ସେହି ଭଳି ଓଡିଶାରେ ୨୦୧୦ ମସିହାରେ ପ୍ରଥମେ ରାଜ୍ୟରେ ଡେଙ୍ଗୁ ଦେଖା ଦେଇଥିଲା । ୨୦୧୮ ମସିହାରେ ମୋଟ ୫୧୯୮ ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ଏବଂ ସେଥିରୁ ୫ ଜଣଙ୍କର ମୃତ୍ୟୁ ହୋଇଥିଲା । ସେଥିରୁ ୧୫୫୯ ଜଣ ରାଜ୍ୟ ବାହାରୁ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଆସିଥିଲେ । ଏହା ଏକ ଜନସ୍ୱାସ୍ଥ୍ୟ ସମସ୍ୟା ହୋଇଥିବାରୁ, ନିୟନ୍ତ୍ରଣ ଓ ନିରାକରଣ ଦିଗରେ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଜାନୁୟାରୀ ମାସରୁ ଏପର୍ଯ୍ୟନ୍ତ ୨୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଜଣେ ହେଲବି ଏଥିରେ ମରି ନାହାଁନ୍ତି ।
ଭେକ୍ଟରବାହୀତ ରୋଗରୁ ଲୋକଙ୍କୁ ସୁରକ୍ଷା ଦେବା ଲାଗି ରାଜ୍ୟ ସରକାର ଆଉ ୫୬ ଲକ୍ଷ ଔଷଧୀୟ ମଶାରୀ ମାଗିଛନ୍ତି । ଏହି ଅବସରରେ ବାର୍ଷିକ ରିପୋର୍ଟ ଉନ୍ମୋଚନ କରି ଡାଃ ମେହେର୍ଦ୍ଦା ମଶାବାହୀତ ଏହି ରୋଗକୁ ନିୟନ୍ତ୍ରଣ କରିବା ଲାଗି ମଶାରୀ ବ୍ୟବହାର ସହିତ ଲୋକମାନେ ନିଜେ ସଚେତନ  ହେବା ଆବଶ୍ୟକ ବୋଲି କହିଛନ୍ତି । ଔଷଧୀୟ ମଶାରୀ ବ୍ୟବହାର ସାଙ୍ଗକୁ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗ୍ରହଣ କରାଯିବା ଫଳରେ ରାଜ୍ୟରେ ମ୍ୟାଲେରିଆ ୮୪ ପ୍ରତିଶତରୁ ଅଧିକ ହ୍ରାସ ପାଇଛି ।
ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ରାଜ୍ୟରେ ଜଳ ଓ ଭେକ୍ଟର ବାହୀତ ରୋଗ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଆରୋପ କରାଯାଇ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଗୁଡିକୁ ଆଗେଇ ନେବା ଦିଗରେ ନିଷ୍ଠାର ସହିତ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମିଳନୀକକ୍ଷରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ୱତନ୍ତ୍ର ସଚିବ ଶରତ ଚନ୍ଦ୍ର ମିଶ୍ର , ଡାଃ ଲିଙ୍ଗରାଜ ମିଶ୍ର , ରାଜ୍ୟ ମେଡିକାଲ ନିଗମ ପରିଚାଳନା ନିର୍ଦ୍ଦେଶକ ଅର୍ଚ୍ଚନା ପଟ୍ଟନାୟକ , ଯୁଗ୍ମସଚିବ ୟାମିନୀ ଷଢଙ୍ଗି , ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡାଃ ସୁଶିଲ କର , ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାଃ ହରପ୍ରସାଦ ପଟ୍ଟନାୟ, ଆର୍.ଏମ୍.ଆର୍.ସି ନିର୍ଦ୍ଦେଶିକା ସଂଘମିତ୍ରା ପତି ଏବଂ କେନ୍ଦ୍ର ଏନ୍ଭିବିଡିସିପି ଯୁଗ୍ମ ନିର୍ଦ୍ଦେଶକ ଡାଃ ସୁଖବିର୍ ସିଂହଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment