ଓଡ଼ିଶା ସମାଚାର

ପୂର୍ବତନ ମନ୍ତ୍ରୀ ଗଙ୍ଗାଧର ପ୍ରଧାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କ ଶୋକ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
May 16
21:01 2019

ସୁନ୍ଦରଗଡ଼, ୧୬/୦୫/୨୦୧୯ (ଓଡ଼ିଶା ସମାଚାର)- ସୁନ୍ଦରଗଡ଼ର ମାଟିର ଜଣେ ସୁଯୋଗ୍ୟ ସନ୍ତାନ ତଥା ଓଡ଼ିଶା ସରକାରର ପୂର୍ବତନ ମନ୍ତ୍ରୀ ଗଙ୍ଗାଧର ପ୍ରଧାନଙ୍କ ବିୟୋଗରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଗଭୀର ଶୋକ ପ୍ରକଟ୍ଟ କରିଛନ୍ତି । ଏକ ଶୋକବାର୍ତାରେ ଶ୍ରୀ ଓରାମ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ସୁନ୍ଦରଗଡ଼ ପାଇଁ ଗର୍ବ ଥିଲେ । ଚାରି ଚାରି ଥର ସେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇ ସୁୂନ୍ଦରଗଡ଼ ପାଇଁ ବହୁ ଉନ୍ନତି ମୂଳକ କାର୍ଯ୍ୟ କରିଥିଲେ । ତାଙ୍କର ବିୟୋଗ ନିଶ୍ଚିତ ଭାବରେ  ସୁନ୍ଦରଗଡ ମାଟି ଜଣେ ଯୋଗ୍ୟସନ୍ତାନକୁ ହରାଇଲା ବୋଲି ଶ୍ରୀ ଓରାମ  କହିଛନ୍ତି ।
ଏହି ଦୁଃଖଦ ସମୟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଓରାମ ତାଙ୍କର ଶୋକ ସନ୍ତପ୍ତ ପରିବାର, ବନ୍ଧୁବର୍ଗ ଓ ଶୁଭେଚ୍ଛୁମାନଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦ୍ଗତି ନିମନ୍ତେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment