ଡଃ. ବେଣୁଧର ପ୍ରଧାନ ସ୍ମୃତି ସଂଭାଷଣ

କେନ୍ଦ୍ରାପଡ଼ା,୨୫/୦୧/୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ ତତ୍ୱାବଧାନରେ ଡଃ. ବେଣୁଧର ପ୍ରଧାନ ସ୍ମୃତି ସଂଭାଷଣ -୨୦୨୪ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରାପଡା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନନ୍ଦ କିଶୋର ପରିଡା ମୁଖ୍ୟବକ୍ତା ଭାବରେ ଯୋଗଦେଇ ଏହି ମହାବିଦ୍ୟାଳୟର ପ୍ରଥମ ଅଧ୍ୟକ୍ଷ ଡଃ. ବେଣୁଧର ପ୍ରଧାନଙ୍କ କାର୍ଯ୍ୟଶୈଳୀ, ଶିକ୍ଷାଦାନ ପଦ୍ଧତି ଓ ଜୀବନାଦର୍ଶ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ପ୍ରଫେସର ପ୍ରଭାକର ମଲ୍ଲିକ ସ୍ୱାଗତ ସଂଭାଷଣ ପ୍ରଦାନ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ପ୍ରଶାନ୍ତ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅଧ୍ୟାପିକା ଆର୍ଶିଆ ଅଞ୍ଜୁମ ସଭା ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧ୍ୟାପକ,ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । ଶେଷରେ ଦର୍ଶନଶାସ୍ତ୍ର ବିଭାଗ ଅଧ୍ୟାପକ ଅଚୁ୍ୟତାନନ୍ଦ ଭୂୟାଁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *