ଜିଲ୍ଲା ସ୍ତରରେ ବି ଆର ଆମ୍ବେଦକର ଙ୍କର ମହାପ୍ରୟାଣ ଦିବସ ପାଳିତ

ଜଗତସିଂହପୁର, ୦୬/୧୨/୨୦୨୩ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଠାରେ ଭାରତୀୟ ସମ୍ବିଧାନର ପ୍ରଣେତା ଡଃ ବି ଆର ଆମ୍ବେଦକର ଙ୍କର ପବିତ୍ର ମହାପ୍ରୟାଣ ଦିବସ ପାଳିତ ହୋଇ ଯାଇଅଛି।ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଜିଲ୍ଲାପାଳ ଙ୍କ କାର୍ୟ୍ୟାଳୟ ସମ୍ମୁଖରେ ଥିବା ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଜଗତସିଂହପୁର ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ,ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ପୌର ପରିଷଦର କାର୍ୟ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର କର୍ଣ୍ଣ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଂଜନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା,ପୌରପରିଷଦ ର ମୁଖ୍ୟ ସହାୟକ ଶ୍ରୀ ଦିପକ ପଟ୍ଟନାୟକ ଏବଂ ପୌର ପରିଷଦ ର କର୍ମକର୍ତ୍ତା ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହି ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ ରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *